ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରାୟଗଡା ବିଧାୟକ, ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପଦ ପାଇଁ ସମର୍ଥନ ଦେବାକୁ କଲେ ଅନୁରୋଧ

ଭୁବନେଶ୍ବର: ରାୟଗଡା ବିଧାୟକ ମକରନ୍ଦ ମୁଦୁଲି ଆଜି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବା ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କୁ ରାଷ୍ଟ୍ରପତି ଭାବେ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରାର୍ଥୀତ୍ବକୁ ସମର୍ଥନ କରିବା ପାଇଁ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦ୍ରୌପଦୀ ମୁର୍ମୁ ଓଡିଶାର ଝିଅ। ଓଡ଼ିଶାର ସ୍ୱାଭିମାନ। ତାଙ୍କ ପାଇଁ ପ୍ରତ୍ୟେକ ଓଡିଆ ଗର୍ବିତ। ଓଡିଶାର ସବୁ ଭୋଟ ତାଙ୍କ ପାଖକୁ ଯିବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଓ ତାଙ୍କୁ ଭୋଟ ଦେବା ପାଇଁ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ସମ୍ମାନ ଜଣାଇ ଶ୍ରୀ ମୁଦୁଲି କହିଲେ ଯେ ଶ୍ରୀମତୀ ମୁର୍ମୁ ଆମ ଆଦିବାସୀ ସମାଜର ଗର୍ବ ଓ ଗୌରବ। ତାଙ୍କୁ ସମର୍ଥନ ଦେଇ ମୁଁ ନିଜକୁ ଗୌରବାନ୍ବିତ ମନେ କରୁଛି ବୋଲି ସେ କହିଥିଲେ ।

ସମ୍ବନ୍ଧିତ ଖବର