ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି, ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ଅପାର ଲୋକପ୍ରିୟତା ଆଣି ଦେଇଥିଲା। ଝରଣା ଦାସଙ୍କ ସ୍ଵର ଓ ଚମତ୍କାର ଅଭିନୟ ତାଙ୍କୁ ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା।
/sambad/media/post_attachments/wp-content/uploads/2022/12/642b599f-8ef3-497b-8ccc-47d9435688be.jpg)
ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକଜଗତରେ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି। ଏହାଛଡ଼ା ସ୍ଵର୍ଗତା ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସଂପନ୍ନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ, ଗତକାଲି ବିଳମ୍ବିତ ରାତିରେ କଟକ ଚଣ୍ଡୀ ଛକ ନିକଟସ୍ଥ ବାସଭବନରେ ଝରଣା ଦାସଙ୍କର ଦେହାନ୍ତ ହୋଇଛି। ମୃତ୍ୟ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ବେତାରରେ ସେ ବେଶ ଲୋକପ୍ରିୟ ହେବା ପରେ ଷାଠିଏ ଦଶକରେ ସେ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ। ବରିଷ୍ଠ ଅଭିନେତ୍ରୀ ଝରଣା ଦାସ ଶ୍ରୀଜଗନ୍ନାଥ, ନାରୀ, ଅଦିନମେଘ, ଅମଡ଼ାବାଟ, ଅଭିନେତ୍ରୀ, ମହ୍ଲାଜହ୍ନ, ହିସାବନିକାଶ, ପୂଜାଫୁଲ, ସମୟ ବଡ଼ ବଳବାନ, ଆ ଜହ୍ନରେ ଲେଖିବା ନାଆଁ ଏବଂ ହୀରାନୀଳା ଆଦି ସିନେମାରେ ଅଭିନୟ କରି ବେଶ୍ ଲୋକପ୍ରିୟତା ହାସଲ କରିଥିଲେ। ଏହାଛଡ଼ା ସେ ବେଶ କେତୋଟି ଧାରାବାହିକରେ ବି ଅଭିନୟ କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/12/8dc4be84-c999-45d3-a804-2349147ebc95.jpg)