ଭୁବନେଶ୍ବର: ‘ଜୀବନବ୍ୟାପୀ ସାଧନା ସମ୍ମାନ’ନେଇ ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଣେ ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ନେଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସ୍ୱାଗତ ସମ୍ବର୍ଦ୍ଧନା ଏକ ପ୍ରହସନ, ଏହା କିଣା ଆୱାର୍ଡ। ଏହି ଆୱାର୍ଡ କେତେ ଟଙ୍କାରେ କିଣିଛନ୍ତି, ଜଣାନାହିଁ, ଏହା ନୂଆ କଥା ନୁହେଁ, ଯେଉଁ ସଂସ୍ଥାକୁ କେହି ଜାଣି ନାହାନ୍ତି, ସିଏ ସେବା ସାଧକ ଆୱାର୍ଡ ଦେଉଛନ୍ତି। ନିର୍ବାଚନ ଆସିଲେ ନବୀନ ବାବୁ ଏମିତି ଆୱାର୍ଡ କିଣନ୍ତି। ଏସବୁ ଡ୍ରାମାକୁ ଲୋକେ ବୁଝିଛନ୍ତି।
/sambad/media/post_attachments/wp-content/uploads/2022/09/7129cff7-c627-4805-bfb8-12f0b72fe62f.jpg)
ସୂଚନାଯୋଗ୍ୟ, ‘ଜୀବନବ୍ୟାପୀ ସାଧନା ସମ୍ମାନ’ନେଇ ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିନ ୧୧ଟାରେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରିବାକୁ ସ୍ୱତନ୍ତ୍ର ଆୟୋଜନ କରିଛି ବିଜେଡି।
ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ରାଜ୍ୟ ମନ୍ତ୍ରିମଣ୍ଡଳର ଅଧିକାଂଶ ସଦସ୍ୟ, ବିଜେଡି ବିଧାୟକ ଓ ସାଂସଦଙ୍କ ସମେତ ହଜାର ହଜାର ବିଜେଡି କର୍ମୀ ଭୁବନେଶ୍ବରରେ ରହିଛନ୍ତି।ନାଚ,ଗୀତ ଓ ପାରମ୍ପରିକ ବାଦ୍ୟରେ ପରିବେଶ କମ୍ପୁଛି। ୨୦୧୯ ନିର୍ବାଚନରେ ନବୀନ ପଟ୍ଟନାୟକଙ୍କ ପ୍ରଚାର ପାଇଁ ଯେଉଁ ବସର ବ୍ୟବସ୍ଥା କରାଯାଇଥିଲା ସେହି ବସରେ ମୁଖ୍ୟମନ୍ତ୍ରୀ ବିମାନବନ୍ଦରରୁ ନବୀନ ନିବାସ ଯିବେ। ମଝିରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ବି କରିବେ ।ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ, ସମ୍ବର୍ଦ୍ଧନା ପାଇଁ ସାରା ରାଜ୍ୟରୁ ୫୦ ହଜାର ଲୋକ ରାଜଧାନୀରେ ଏକଜୁଟ ହୋଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/09/jai.png)