ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଠଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି

ନୂଆଦିଲ୍ଲୀ: ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଓଡ଼ିଶାର ଆଠଟି ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ ଓ ସୋନପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ ୪୦ରୁ ୫୦କିିମି ବେଗରେ ପବନ ବହିବାକୁ ଥିବା ନେଇ ବି ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ଏଥିସହିତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ସେହିପରି ପୁଣି ୨ରୁ ୪ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କୋରାପୁଟ, କଳାହାଣ୍ଡି, ମାଲକାନଗିରି, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, ମୟୁରଭଞ୍ଜ ଓ ବରଗଡ଼ ସମେତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳହାଣ୍ଡି, କନ୍ଧମାଳ, ପୁରୀ, ଗଞ୍ଜାମ ଓ ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ସମ୍ବନ୍ଧିତ ଖବର