ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି

Advertisment
୧୯୯୮କୁ ମନେପକାଇଲା ଚଳିତବର୍ଷର ଅସ୍ବାଭାବିକ ମୃତ୍ୟୁ

ଭୁବନେଶ୍ୱର: ଆଜି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ସାରା ରାଜ୍ୟରେ। ଏହାକୁ ଆଖି ଆଗରେ ରଖି ଦ୍ବୈତ ନଗରୀ କଟକ, ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆଜି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସମ୍ଭାବନା ନେଇ ରେଡ୍ ଆଲର୍ଟ ଜାରି ହୋଇଥିବା ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଆଗାମୀ ୩୦ ତାରିଖ ଯାଏ ତାତିରୁ ନିସ୍ତାର ନାହିଁ। ଠିକ୍ ସେହିପରି ମେ’ ୯ ତାରିଖ ଯାଏ ରାଜ୍ୟରେ ବଡ଼ ଧରଣର ବର୍ଷା ନାହିଁ।

ଅସହ୍ୟ ତାତି ପାଇଁ ଉତ୍ତର ଓଡ଼ିଶା, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ନୂଆପଡ଼ା, ଅନୁଗୁଳ, ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାକୁ ବି ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ସୋନପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ନବରଙ୍ଗପୁର, ଦେବଗଡ଼, ବରଗଡ଼ ଓ ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହା ସହ କୋରାପୁଟ ଓ ପୁରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe