ଚାରିଟି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ ଓ ଏହି ସବୁସ୍ଥାନରେ ପ୍ରାଣଘାତୀ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ୪ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଆଦି ଜିଲ୍ଲା ସାମିଲ ରହିଛି। ସେହିପରି ଗଜପତି, ପୁରୀ, କୋରାପୁଟ, ବଲାଙ୍ଗୀର, ରାୟଗଡ଼ା ଓ ନୂଆପଡ଼ା ଆଦି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ମାଲକାନଗିରି, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ଜଗତସିଂହପୁର, କଟକ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୪୮ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

୬ରୁ ୭ ତାରିଖ ମଧ୍ୟରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିପାଇଁ ନୂଆପଡା, ବଲାଙ୍ଗୀର, ବରଗଡ଼, ନୂଆପଡ଼ା, ସୋନପୁର, କଳାହାଣ୍ଡି ଓ ବୌଦ୍ଧ ଆଦି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କୋରାପୁଟ, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ସମ୍ବଲପୁର, ରାୟଗଡ଼ା, ଅନୁଗୁଳ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପ୍ରାଣଘାତୀ ବଜ୍ରପାତ ନେଇ ବରଗଡ଼ ଜିଲ୍ଲାର ଅତବିରା, ଅମ୍ବାଭୋନା, ଲଖନପୁର ବ୍ଲକ୍‌ବାସୀଙ୍କୁ ଆଲର୍ଟ କରାଯିବା ସହିତ ସତ୍ୟବାଦୀ, କୃଷ୍ଣପ୍ରସାଦ, ବ୍ରହ୍ମଗିରି, କଣାସ, ଡେଲାଙ୍ଗ, ଟାଙ୍ଗୀ, ଖୋର୍ଦ୍ଧା, ଜଟଣୀ, ସୋନପୁର, ଉଲୁଣ୍ଡା, ବିନିକା, ଡୁଙ୍ଗୁରିପାଲି, ଆଗଲପୁର, ବରପାଲି, ଭେଡେନ୍‌ ଆଦି ସ୍ଥାନ ଲାଗି  ଆଲର୍ଟ ଜାରି କରାଯାଇଛି।

ସମ୍ବନ୍ଧିତ ଖବର