ପ୍ରବଳ ବର୍ଷା ପାଇଁ ୪ଟି ଜିଲ୍ଲାକୁ ରେଡ, ୮ଟି ଜିଲ୍ଲାକୁ ଅରେଞ୍ଜ ଓ ୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ୪ଟି ଜିଲ୍ଲାକୁ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ୪ଟି ଜିଲ୍ଲା ମଧ୍ୟରେ ସୋନପୁର, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡା ଆଦି ରହିଛି। ସେହିପରି ୭ରୁ ୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ବୌଦ୍ଧ, ଅନୁଗୁଳ, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ଆଦି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଢ଼େଙ୍କାନାଳ, କଟକ ଓ ମୟୁରଭଞ୍ଜ ଆଦି ଜିଲ୍ଲାକୁ ବି ୟେଲୋ ଓ୍ଵାର୍ଣ୍ଣିଂ ପାଣିପାଗ ବିଭାଗକୁ ଜାରି କରାଯାଇଛି।

ରାଜ୍ୟରେ ଆଜିଠାରୁ ୧୨ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ସମୟରେ ବଜ୍ରପାତର ବି ଆଶଙ୍କା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବ ସହିତ ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧିତ ଖବର