‘ଫନି’ ମୁକାବିଲା ରଚିବ ଏକ ନୂଆ ଇତିହାସ ! ୮ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବା ହେବ ରାଜ୍ୟରେ ପ୍ରଥମ ଘଟଣା

ଭୁବନେଶ୍ବର : ରାଜ୍ୟ ସରକାରଙ୍କ  ଫନି ମୁକାବିଲା ରଚିବ ଏକ ନୂଆ ଇତିହାସ। ଫନି ଉପକୂଳରେ ପହଞ୍ଚିବା ପୂର୍ବରୁ ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ୮ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ହେବ ଓଡିଶାର ସବୁଠୁ ବଡ ସ୍ଥାନାନ୍ତରଣ। ମହିଳା ,ଶିଶୁ ଓ ଦିବ୍ୟାଙ୍ଗଙ୍କୁ ପ୍ରଥମେ ସ୍ଥାନାନ୍ତର କରାଯିବ ଓ ଏହାପରେ ଅନ୍ୟମାନଙ୍କୁ ସୁରକ୍ଷିତ ସ୍ଥାନକୁ ଅଣାଯିବ। ଅତୀତରେ ଓଡ଼ିଶାରେ ଏତେ ସଂଖ୍ୟକ ଲୋକଙ୍କୁ ସ୍ଥାନାନ୍ତର କରାଯାଇ ନାହିଁ। ଏହାଛଡା ଆସନ୍ତାକାଲି ଠାରୁ ଆଶ୍ରୟସ୍ଥଳୀରେ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି।

m.dailyhunt.in

ଆସନ୍ତା ୩ ତାରିଖରେ ପୁରୀ ଉପକୂଳ ଛୁଇଁବ ଅତିି ଭୟଙ୍କର ରୂପ ଧାରଣ କରିଥିବା ବାତ୍ୟା ଫୋନି । ବାତ୍ୟା ଫୋନି ଓଡିଶା ଉପକୂଳ ଆଡକୁ ଯେତିକି ମାଡି ଆସୁଛି ଜନସାଧାରଣଙ୍କ ମନରେ ଭୟ ସେତିକି ବଢିବାରେ ଲାଗିଛି । ଆଉ ଏସବୁ ଭିତରେ ଫୋନିର ମୁକାବିଲା କରିବା ପାଇଁ ସଚିବାଳୟରେ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟ ଶାସନ ସଚିବ ଓ ବିଭାଗୀୟ ସଚିବଙ୍କ ସହ ଆଲୋଚନା ପରେ ନବୀନ ଫୋନି ମୁକାବିଲା ନେଇ ଗଣମାଧ୍ୟମରେ ବଡ ବୟାନ ଦେଇଛନ୍ତି ।

ସମୀକ୍ଷା ବୈଠକ ପରେ ନବୀନ କହିଛନ୍ତି, ବାତ୍ୟା ଫୋନିର ମୁକାବିଲା ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ । ସମସ୍ତଙ୍କ ଜୀବନ ଅମୂଲ୍ୟ, ତେଣୁ ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ୧୦୦ ପ୍ରତିଶତ ସ୍ଥାନାନ୍ତର ଉପରେ ଫୋକସ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାବାଦ୍ ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ବିଦ୍ୟୁତ୍ ସେବା, ପାନୀୟ ଜଳ ସେବା ଓ ଯୋଗାଯୋଗ ଉପରେ ଗୁରୁତ୍ୱ ଦେବାକୁ ବିଭାଗୀୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସମ୍ବନ୍ଧିତ ଖବର