ଭୁବନେଶ୍ବର: ରାଜ୍ୟ ସରକାର ଆଜି ତିନି ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି କରିଛନ୍ତି। କେନ୍ଦୁଝରର ଅତିରିକ୍ତ ଜିଲ୍ଲାପାଳ ସନ୍ତୋଷ କୁମାର ନାୟକଙ୍କୁ ଓସ୍ଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ, ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ସୁବ୍ରତ କୁମାର ପଣ୍ଡାଙ୍କୁ ବୈଷୟିକ ଶିକ୍ଷା ବିଭାଗର ଅତିରିକ୍ତ ସଚିବ ଏବଂ ବୈଷୟିକ ଶିକ୍ଷା ବିଭାଗର ଯୁଗ୍ମ ସଚିବ ଅଜୟ କୁମାର ନାୟକଙ୍କୁ କଟକର ବନ୍ଦୋବସ୍ତ ଯୁଗ୍ମ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ସଂକ୍ରାନ୍ତରେ ବିଜ୍ଞପ୍ତି ଜାରି ହୋଇଛି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us