ପୂର୍ବତଟ ରେଳପଥ ପକ୍ଷରୁ ୭୨ତମ ଗଣତନ୍ତ୍ର ଦିବସ ପାଳିତ

Advertisment
ପୂର୍ବତଟ ରେଳପଥ ପକ୍ଷରୁ ୭୨ତମ ଗଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର: ଭୁବନେଶ୍ବରସ୍ଥିତ ରେଳବାଇ ଷ୍ଟାଡିୟମଠାରେ ୭୨ତମ ଗଣତନ୍ତ୍ର ଦିବସ ମହାସମାରୋହ ପାଳିତ ହୋଇଯାଇଅଛି। ରେଳପଥର ମହାପ୍ରବନ୍ଧକ ବିଦ୍ୟା ଭୂଷଣ ଏହି ଅବସରରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ରେଳବାଇ ସୁରକ୍ଷା ବଳ ପକ୍ଷରୁ ଆୟୋଜିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ।

ରେଳବାଇ କର୍ମଚାରୀ ଓ ସେମାନଙ୍କର ପରିବାର ବର୍ଗଙ୍କ ସହିତ ରେଳଯାତ୍ରୀମାନଙ୍କୁ ଉଦବୋଧନ ଦେଇ ମହାପ୍ରବନ୍ଧକ ବିଦ୍ୟାଭୂଷଣ ରେଳପଥର କାର୍ଯ୍ୟ ଦକ୍ଷତା ସମ୍ବନ୍ଧରେ ଆଲୋକପାତ କରିବା ସହିତ ରେଳବାଇ କର୍ମଚାରୀ ମାନଙ୍କର ନିଷ୍ଠାପର ସେବାକୁ ଭୁୟସୀ ପ୍ରଶଂସା କରିଥିଲେ।  ଯାତ୍ରୀ ସୁବିଧା, ସଂରକ୍ଷା ଓ ନିରାପତ୍ତା, ରେଳମାର୍ଗର ଭିତ୍ତିଭୂମିର ବିକାଶ, ଡିଜିଟାଲ ସେବା ଓ ମାନବ ସମ୍ବଳ ସମ୍ପର୍କରେ ମହାପ୍ରବନ୍ଧକ ଆଲୋକପାତ କରିଥିଲେ। ଭାରତର ବିକାଶ ପାଇଁ କର୍ମଚାରୀମାନଙ୍କର ନିଷ୍ଠାପର ସେବା ମନବୃତିକୁ ମହାପ୍ରବନ୍ଧକ ପ୍ରଶଂସା କରିଥିଲେ।

ଏହି ଅବସରରେ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ସୁଧୀର କୁମାରଙ୍କ ସହିତ ବିଭାଗୀୟ ପ୍ରମୁଖ ଅଧିକାରୀ, ଅନ୍ୟାନ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଗଣତନ୍ତ୍ର ଦିବସ ପାଳନ ଅବସରରେ ଉପସ୍ଥିତ ଥିଲେ। ରେଳପଥର ଉପ ମହାପ୍ରବନ୍ଧକ ଅଶୋକ କୁମାର ମିଶ୍ର ଆୟୋଜିତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe