ଚିଲିକା ମଝିରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ: ଚିଲିକା ମଝିରୁ ସୁରକ୍ଷିତ ଉଦ୍ଧାର ହେଲେ ମତ୍ସ୍ୟଜୀବୀ । ଡଙ୍ଗାରେ ଚିଲିକାକୁ ମାଛ ମାରିବାକୁ ଯାଇଥିବାବେଳେ ୩ ଦିନ ହେଲା କଟକି ଦଳରେ ଫସିରହିଥିଲା ଡଙ୍ଗା । ସବୁଠାରୁ ବଡ଼କଥା ହେଉଛି ଏମାନଙ୍କ ଭିତରେ ଜଣେ ୧୦ ବର୍ଷର ପିଲା ରହିଛି । ଏହି ମତ୍ସ୍ୟଜୀବୀମାନେ ଗଞ୍ଜାମ ଜିଲ୍ଲା ପଥରା ଗାଁର ବୋଲି ଜଣାପଡିଛି । ତେବେ କୌଣସି ମତେ ଖବର ପହଞ୍ଚାଇବା ପରେ ଘଟଣାସ୍ଥଳରେ ମାଲୁଦ ଅଗ୍ନିଶମ ବିଭାଗର ପହଞ୍ଚି ସମସ୍ତଙ୍କୁ ସୁରକ୍ଷିତ ଉଦ୍ଧାର କରିଛି ।

ପୁରୀ ଜିଲ୍ଲା କୃଷ୍ଣ ପ୍ରସାଦ ବ୍ଲକ ଗଡ ଘିମୁନ୍ଦା ଜେଟିର ଚିଲିକା ନିକଟରୁ କିଛି ଦୂରରେ ଫସି ରହିଥିଲା ମତ୍ସ୍ୟଜୀବୀଙ୍କ ଏହି ଡଙ୍ଗା ।

ସମ୍ବନ୍ଧିତ ଖବର