ରେଙ୍ଗାଲି: ରେଙ୍ଗାଲି ଥାନା ପଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ କାରଖାନା ପାଚେରି ପାଖରୁ ଜଣେ ଅପରିଚିତ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ରବିବାର ଜଣେ ଯୁବକଙ୍କ ମୃତଦେହ ଶ୍ୟାମ ମେଟାଲିକ୍ସ କାରଖାନା ପାଚେରି ପାଖରେ ସମ୍ବଲପୁର- ରାଉରକେଲା ବିଜୁ ଏକ୍ସପ୍ରେସ ୱେ ପାର୍ଶ୍ଵରେ ପଡ଼ିଥିବାର ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ।
ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବୁର୍ଲା ଡାକ୍ତରଖାନା ପଠାଇଥିଲେ। ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ମୃତ ଯୁବକଙ୍କ ବୟସ ପାଖାପାଖି ୩୫ ବର୍ଷ ବୟସ ହେବ। ମୃତକ ଏକ ନାଲି ରଙ୍ଗର ଟି- ସାର୍ଟ ଓ କଳା ରଙ୍ଗର ପ୍ୟାଣ୍ଟ ପିନ୍ଧିଥିବା ଦେଖିବାକୁ ମଳିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/06/dead-f.jpg)