କରୋନା ମୁକାବିଲା: ଚିଲିକା ଉପରେ ଲାଗିଲା କଟକଣା, ପ୍ରବେଶ କରିପାରିବେ ନାହିଁ ପର୍ଯ୍ୟଟକ

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲାରେ କରୋନାର ମୁକାବିଲା ପାଇଁ ଅଣ୍ଟା ଭିଡିଛି ଜିଲ୍ଲା ପ୍ରଶାସନ । ଜିଲ୍ଲା ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ଚିଲିକାକୁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି ବିଜ୍ଞପ୍ତି ଅନୁସାରେ ଜିଲ୍ଲାର ବରକୁଳ ଓ ବାଲୁଗାଁ ଏବଂ ମଙ୍ଗଳାଯୋଡ଼ି ପଟୁ ପର୍ଯ୍ୟଟକ ଚିଲିକାକୁ  ପ୍ରବେଶ କରିପାରିବେ ନାହିଁ।

ମହାପ୍ରଭୁ ଲିଙ୍ଗରାଜ ମନ୍ଦିରରେ ଠାକୁରଙ୍କ ଆରାଧନା ପାଇଁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ହେଉଛି । ତେଣୁ ସେବାୟତ ଓ ଶ୍ରଦ୍ଧାଳୁଙ୍କ ପାଇଁ ମନ୍ଦିର ବାହାରେ ସାନିଟାଇଜର ରଖାଯିବ ବୋଲି କହିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ । ଅନ୍ୟପଟେ ପର୍ଯ୍ୟଟନସ୍ଥଳୀରେ ଜନସମାଗମକୁ ହୋଉଥିବାରୁ ମାର୍ଚ୍ଚ ୩୧ ତାରିଖ ଯାଏଁ ପର୍ଯ୍ୟଟକଙ୍କ ପାଇଁ ଧଉଳି ଶାନ୍ତିସ୍ତୁପକୁ ବନ୍ଦ ଘୋଷଣା କରାଯାଇଛି । ସେହିପରି ଖଣ୍ଡଗିରି, ଉଦୟଗିରି ଭଳି ଐତିହ୍ୟ ପର୍ଯ୍ୟଟନସ୍ଥଳୀକୁ ମଧ୍ୟ ବନ୍ଦ ରଖିବାକୁ ଘୋଷଣା କରିଛି ଜିଲ୍ଲା ପ୍ରଶାସନ ।

ସମ୍ବନ୍ଧିତ ଖବର