‘ସମ୍ବାଦ-ଆମ ଓଡ଼ିଶା’ ବାର୍ଷିକ ପ୍ରତିଯୋଗିତା ଫଳାଫଳ ଶୀଘ୍ର

ଭୁ‌ବନେଶ୍ୱର : ‘ସମ୍ବାଦ’ର ସ୍ବନକ୍ଷତ୍ର ଅବସରରେ ଅନୁଷ୍ଠିତ ଜୋନସ୍ତରୀୟ ବିତର୍କ ଏବଂ ସାରେଗାମା ତଥା ରାଜ୍ୟସ୍ତରୀୟ କୁଇଜ୍ ପ୍ରତିଯୋଗିତାର ଫଳାଫଳ ଖୁବଶୀଘ୍ର ପ୍ରକାଶ ପାଇବ। ଗତ ୧୯ ତାରିଖରେ ଜୋନସ୍ତରୀୟ ବିତର୍କ ଓ ସାରେଗାମା ପ୍ରତିଯୋଗିତା ହୋଇଥିଲା। ୯ଟି ଜୋନରେ ହୋଇଥିବା ଏହି ପ୍ରତିଯୋଗିତାରେ ପ୍ରଥମ ତିନିଟି ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବାଲାଗି ସୁ‌େଯାଗ ମିଳିବ। ଆସନ୍ତା ୨୭ ତାରିଖରେ ରାଜ୍ୟସ୍ତରୀୟ ବିତର୍କ ଏବଂ ସାରେଗାମା ପ୍ରତିଯୋଗିତା ଅନୁଷ୍ଠିତ ହେବ।

ସେହିଭଳି ୨୦ ତାରିରେ ରାଜ୍ୟସ୍ତରୀୟ କୁଇଜ୍ ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇଥିଲା।

ସୂଚନାଯୋଗ୍ୟ ଯେ ‘ସମ୍ବାଦ’ର ଏହି ବାର୍ଷିକ ପ୍ରତିଯୋଗିତାରେ ଚିତ୍ରାଙ୍କନ, ହସ୍ତାକ୍ଷର, କୁଇଜ୍‌, ବିତର୍କ ଓ ସାରେଗାମାକୁ ସାମିଲ କରାଯାଇଛି। କରୋନା ମହାମାରୀ ଯୋଗୁଁ ସାରା ରାଜ୍ୟରେ ପ୍ରଥମ ଥର ଲାଗି ଅନ୍‌ଲାଇନ୍‌ରେ କରାଯାଉଥିବା ଏହି ପ୍ରତି‌ଯୋଗିତାରେ ହଜାର ହଜାର ଛାତ୍ରଛାତ୍ରୀ ଅଂଶଗ୍ରହଣ କରୁଛନ୍ତି। ବିତର୍କ, ସା‌େରଗାମା ଓ କୁଇଜ୍ ପ୍ରତିଯୋଗିତା ଅନ୍‌ଲାଇନ୍‌ରେ ହୋଇଥିବା ବେଳେ ଚିତ୍ରାଙ୍କନ ଓ ହସ୍ତାକ୍ଷର ପ୍ରତିଯୋଗିତା ଉଭୟ ଅନ୍‌ଲାଇନ ଏବଂ ଅଫ୍‌ଲାଇନ୍‌ରେ ଆୟୋଜିତ ହୋଇଥିଲା।

ଚିତ୍ରାଙ୍କନ ଓ ହସ୍ତାକ୍ଷର ପ୍ରତିଯୋଗିତାରେ ଭାଗ ନେଇଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ପ୍ରତ୍ୟେକ ଜିଲ୍ଲାରୁ ଶ୍ରେଷ୍ଠ ତିନି ତିନି ଜଣଙ୍କୁ ଚୟନ କରାଯାଇଛି। ଶ୍ରେଷ୍ଠ ବିବେଚିତ କୃତୀଗୁଡ଼ିକୁ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ସାମିଲ କରାଯିବ। ସେମାନଙ୍କ ମଧ୍ୟରୁ ଶ୍ରେଷ୍ଠ ତିନି ଜଣ ପ୍ରତିଯୋଗୀଙ୍କୁ ରାଜ୍ୟସ୍ତରରେ ପୁରସ୍କୃତ କରାଯିବ।

ଏସଂପର୍କରେ ଅଧିକ ସୂଚନା ଲାଗି ନିୟମିତ ‘ସମ୍ବାଦ’ ପଢ଼ିବାକୁ ଅନୁରୋଧ କରାଯାଇଛି।

ସମ୍ବନ୍ଧିତ ଖବର