ଭୁବନେଶ୍ବର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ନିର୍ବାଚନମଣ୍ଡଳୀର ଅବସରପ୍ରାପ୍ତ ଡିଏସ୍ପି ରାଇସେନ ମୁର୍ମୁ ଆଜି ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ତାଙ୍କୁ ଉପଢୌକନ ଦେଇ ଦଳକୁ ସ୍ବାଗତ କରିଥିଲେ। ବିଜେଡିରେ ଶ୍ରୀ ମୁର୍ମୁଙ୍କ ଯୋଗଦାନ ଫଳରେ ରାଇରଙ୍ଗପୁର ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ମଜବୁତ୍ ହେବ ବୋଲି ଶ୍ରୀ ମଙ୍ଗରାଜ କହିଥିଲେ।
ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ଯୋଗ ଦେଇଛନ୍ତି ବୋଲି ଶ୍ରୀ ମୁର୍ମୁ କହିଥିଲେ। ଏହି ମିଶ୍ରଣ ପର୍ବରେ ମୟୂରଭଞ୍ଜ ଜିଲ୍ଲା ସଭାପତି କାଶୀନାଥ ହେମ୍ବ୍ରମ, ରାଇରଙ୍ଗପୁର ପୌରପାଳିକା ଅଧ୍ୟକ୍ଷ ଅଭିଷେକ ପଟ୍ଟନାୟକ ଓ ବିଜେଡି ମୁଖପାତ୍ର ପ୍ରିୟବ୍ରତ ମାଝୀ ଉପସ୍ଥିତ ଥିଲେ। ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ରାଜ୍ୟ ସାଧାରଣ ସମ୍ପାଦକ ଜନ୍ମେଜୟ ଲେଙ୍କା ଧନ୍ୟବାଦ ଅର୍ପଣ କରିଥିଲେ।
ଅବସରପ୍ରାପ୍ତ ଡିଏସ୍ପି ରାଇସେନ ମୁର୍ମୁ ବିଜେଡିରେ ମିଶିଲେ
/sambad/media/post_attachments/wp-content/uploads/2023/11/sffhsfhsfhfhs.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)