ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ, ରାତି ପାହିଲେ ବାହୁଡ଼ାଯାତ୍ରା

Advertisment
ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ, ରାତି ପାହିଲେ ବାହୁଡ଼ାଯାତ୍ରା

ପୁରୀ: ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଶେଷ ହୋଇଛି। ବାହୁଡା ଯାତ୍ରା ପ୍ରସ୍ତୁତି ପାଇଁ ସନ୍ଧ୍ୟା ଦର୍ଶନ ବନ୍ଦ ହୋଇଛି। ଦର୍ଶନ ବନ୍ଦ ପରେ ଶ୍ରୀଜିଉଙ୍କ ଅନ୍ୟ ନିତି ସମ୍ଫନ୍ନ ହେବ। ଆଜି ସକାଳ ଠାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ହଜାର ହଜାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶରଧାବାଲିରେ ଲୋକାରଣ୍ୟ ଦେଖାଯାଇଛି। ରାତି ପାହିଲେ ମହାପ୍ରଭୁ ଶ୍ରୀମନ୍ଦିର ଅଭିମୁଖେ ବାହାରିବେ। ଏଥି ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ଏଥି ପାଇଁ ପ୍ରସ୍ତୁତ ଅଛନ୍ତି। ଶୃଙ୍ଖଳିତ ବାହୁଡ଼ା ଯାତ୍ରା ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ଜୁଲାଇ ୧୫ରେ ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା। ଏହା ପୂର୍ବଦିନ ଆଡ଼ପମଣ୍ଡପରେ ଶେଷ ଦର୍ଶନ ଭାବେ ଅଗଣିତ ଭକ୍ତ ସନ୍ଧ୍ୟା ଦର୍ଶନ କରିଥାନ୍ତି। କିନ୍ତୁ ବଗତ କିଛି ବର୍ଷ ହେଲା ବାହୁଡ଼ା ଯାତ୍ରା ଓ ପହଣ୍ଡି ବିଳମ୍ବ ଆଳରେ ସନ୍ଧ୍ୟା ଦର୍ଶନ ବନ୍ଦ କରି ଦିଆଯାଉଛି। ଚଳିତବର୍ଷ ବି ଭକ୍ତ ସନ୍ଧ୍ୟା ଦର୍ଶନର ସୁଯୋଗ ପାଇବେନି। ରବିବାର ସନ୍ଧ୍ୟା ୫ଟାରୁ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପଦର୍ଶନ ବନ୍ଦ ରଖିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି।

ସୂଚନା ଅନୁଯାୟୀ ରତ୍ନଭଣ୍ଡାର ଖୋଲାଯିବା ନେଇ ସମସ୍ତଙ୍କର ଉତ୍ସୁକତା ରହିଥିବା ବେଳେ ରତ୍ନଭଣ୍ଡାର ଭିତରୁ ବାହାରିଛନ୍ତି ଅଧିକୃତ ସଦସ୍ୟ । ବାହାରକୁ ବାହାରିବା ପରେ ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି କି, ଏସଓପି ମୁ୍ତାବକ ସମସ୍ତ କାର୍ଯ୍ୟ ହୋଇଛି । ଅରବିନ୍ଦ ପାଢୀଙ୍କ କହିବା ମୁତାବକ ବାହାର ରତ୍ନଭଣ୍ଡାରରୁ ଯାହା ବାହାରକୁ ବାହାର କରିବା କଥା ସମସ୍ତ ଜିନିଷ ବାହାର କରାଯାଇ ତାକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମ ଚେଙ୍ଗଡା ଘରେ ରଖାଯାଇଛି । ଜଷ୍ଟିସ ରଥ ଓ ମେକାପ ସଦସ୍ୟଙ୍କ ସାମ୍ନାରେ ସବୁ ଜିନିଷ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର କରାଯାଇଛି । ଏହାସହ ସ୍ଥାନାନ୍ତର ହୋଇଥିବା ସମସ୍ତ ଜିନିଷର ତାଲିକା ପ୍ରସ୍ତୁତ କରାଯାଇଛି । ଏବେ ବାହାର ରତ୍ନଭଣ୍ଡାରକୁ ସିଲ୍ କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe