ଭୁବନେଶ୍ବର: କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ୧୯୯୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ମନୋଜ ଆହୁଜା ଓଡ଼ିଶା ‌ଫେରିବେ। ସେ ଏବେ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି। ଆଜି କ୍ୟାବିନେଟ୍‌ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଛି। ଏଥିସହିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀ ଆହୁଜା ପରବର୍ତ୍ତୀ ମୁଖ୍ୟଶାସନ ସଚିବ ହେବେ ବୋଲି ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଛି। ମନୋଜ ଆହୁଜା ଆସନ୍ତା ‌ଡିସେମ୍ବର ମାସରେ ଅବସର ନେବେ। ଶ୍ରୀ ଆହୁଜାଙ୍କ ପତ୍ନୀ ୧୯୯୦ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ ଆରତୀ ଆହୁଜା କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିଲା ବେଳେ ଗତ ଫେବ୍ରୁଆରି ମାସରେ ଅବସର ନେଇସାରିଛନ୍ତି। ବର୍ତ୍ତମାନର ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ଜେନା ଆସନ୍ତା ୩୦ ତାରିଖରେ ଅବସର ନେଉଛନ୍ତି।