ଜଳ ସମ୍ପଦ ବିଭାଗର ସମସ୍ତ ବିଳମ୍ବିତ ପ୍ରକଳ୍ପକୁ ତୁରନ୍ତ ଶେଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Advertisment

ବନ୍ୟା ନିୟନ୍ତ୍ରଣ ପାଇଁ ବର୍ତ୍ତମାନଠୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ବନ୍ୟା ନିୟନ୍ତ୍ରଣ ପାଇଁ ବର୍ତ୍ତମାନଠୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଆଦିବାସୀଙ୍କ ଜମି ଅଣଆଦିବାସୀ କିଣିବା ପାଇଁ କ୍ୟାବିନେଟ ନେଇଥିବା ନିଷ୍ପତ୍ତିକୁ ସଂପୂର୍ଣ୍ଣ ପ୍ରତ୍ୟାହାର କରାଯାଉ: ମୋହନ ମାଝୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଜଳସେଚନ ବିଭାଗର ସମୀକ୍ଷା କରିବା ପରେ ବିଭାଗୀୟ ସଚିବ ଅନୁ ଗର୍ଗ ପ୍ରତିକ୍ରିୟା ଦେଇ କହିଛନ୍ତି, ବନ୍ୟାକୁ ନେଇ ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ଦୁର୍ବଳ ନଦୀ ବନ୍ଧ ଗୁଡ଼ିକ ଅଧିକ ସୁଦୃଢ କରିବା ଓ ସେଥିପାଇଁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବନ୍ୟା ନିୟନ୍ତ୍ରଣ କକ୍ଷକୁ ୨୪ ଘଣ୍ଟିଆ ଖୋଲିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ଅଫିସରମାନଙ୍କୁ ପ୍ରସ୍ତୁତ ରଖିବାକୁ ବି କୁହାଯାଇଛି। ତହସିଲଦାର ଏବଂ ଆମ ବିଭାଗ ଦୁର୍ବଳ ନଦୀବନ୍ଧ ଗୁଡିକର ତଦାରଖ କରୁଛନ୍ତି।

ଜଳ ସମ୍ପଦ ବିଭାଗର ସମସ୍ତ ବିଳମ୍ବିତ ପ୍ରକଳ୍ପକୁ ତୁରନ୍ତ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମେଗା ଲିଫ୍ଟ, ମାଇନର ଲିଫ୍ଟ ଇରିଗେଶନ ଏବଂ ଡିପ ବୋରୟଲ ଗୁଡିକ ଶୀଘ୍ର ସାରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଇସ୍ତାହାର ଦିଆଯାଇଥିବା ପ୍ରତିଶ୍ରୁତି ଦିଗରେ କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe