ନୟାଗଡ଼ ଜିଲ୍ଲାରେ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା

ଭୁବନେଶ୍ବର : ରାଜ୍ୟ ସରକାର ପ୍ରତି ଘରକୁ ପାଇପ ଯୋଗେ ପାନୀୟ ଜଳଯୋଗାଇବାକୁ ପ୍ରାଥମିକତା ପ୍ରଦାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲାରେ ନିର୍ମାଣାଧୀନ ପାନୀୟ ଜଳଯାଗାଣ ପ୍ରକଳ୍ପକୁ ଶୀଘ୍ର ଶେଷ କରିବା ପାଇଁ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ସଞ୍ଜୟୁ କୁମାର ଦାସବର୍ମା ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ସ୍ଥାନୀୟ କୃଷି ଭବନରେ ଶ୍ରୀଦାସବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ନୟାଗଡ଼ ଜିଲ୍ଲାରେ ନିର୍ମାଣାଧୀନ ମୋଗା ପାଇପ୍‌ ଜଳଯୋଗାଣ ପ୍ରକଳ୍ପ ଅଗ୍ରଗତି ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ଜିଲ୍ଲାର ସମସ୍ତ ଗ୍ରାମକୁ କିଭଳି ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା କରାଯିବ ତାହା ଉପରେ ଶ୍ରୀଦାସବର୍ମା ଗୁରୁତ୍ବ ଦେଇଥିଲେ। ବୈଠକରେ କୃଷି ମନ୍ତ୍ରୀ ଅରୁଣ ସାହୁ, ରଣପୁର ବିଧାୟକ ତଥା ନୟାଗଡ଼ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଯୋଗଦେଇ ଜିଲ୍ଲାରେ କାର୍ଯ୍ୟକାରୀ ହୋଇଥିବା ପାନୀୟ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ଶେଷ କରିବା ଉପରେ ଗୁରୁତ୍ବ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ ଜଳଯୋଗାଣ ଓ ପରିମଳ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଅଭୟ କୁମାର ବିଶ୍ବାଳ, ମୁଖ୍ୟଯନ୍ତ୍ରୀ, ଅଧୀକ୍ଷଣ ଯନ୍ତ୍ରୀ, ଗ୍ରାମ ଜଳଯୋଗାଣ ଓ ପରିମଳ ବିଭାଗର ଭୁବନେଶ୍ବର ସର୍କଲ ଓ ନୟାଗଡ଼ ଡିଭିଜନ୍‌ର ନିର୍ବାହୀ ଯନ୍ତ୍ରୀ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର