ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସ୍ଥିତିର ସମୀକ୍ଷା: ସ୍ୱାସ୍ଥ୍ୟ, ଜଳଯୋଗାଣ ଓ ପଞ୍ଚାୟତିରାଜ ବିଭାଗକୁ ସ୍ୱତନ୍ତ୍ର ବ୍ୟବସ୍ଥା ଲାଗି ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସ୍ଥିତିର ସମୀକ୍ଷା: ସ୍ୱାସ୍ଥ୍ୟ, ଜଳଯୋଗାଣ ଓ ପଞ୍ଚାୟତିରାଜ ବିଭାଗକୁ ସ୍ୱତନ୍ତ୍ର ବ୍ୟବସ୍ଥା ଲାଗି ନିର୍ଦ୍ଦେଶ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି। ଭିଡିଓ କନଫରେନ୍ସିଂ ଜରିଆରେ ଜିଲ୍ଲାପାଳ ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କୁ ନେଇ ଏହି ସମୀକ୍ଷା କରିଛନ୍ତି। ବନ୍ୟା ସ୍ଥିତି ସମୀକ୍ଷା ପରେ ବିପଦସଂକୁଳ ଅବସ୍ଥାରେ ଥିବା ଲୋକଙ୍କୁ ସ୍ଥାନାନ୍ତର କରାଯିବା ସହ ଯେପରି କୌଣସି ଜୀବନ ହାନି ନ ଘଟେ ସେଥିପ୍ରତି ଧ୍ୟାନ ଦେବାକୁ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ବନ୍ୟା ପ୍ରପୀଡ଼ିତ ଲୋକଙ୍କୁ ଆବଶ୍ୟକ ରିଲିଫ ଓ ମୌଳିକ ସୁବିଧା ଯୋଗାଇ ଦିଆଯିବା ଉପରେ ବି ସେ ଗୁରୁତ୍ବାରୋପ କରିଛନ୍ତି। ଏହାଛଡ଼ା ଏନଡିଆରଏଫ୍, ଓଡ୍ରାଫ୍ ଓ ଫାୟାର ଟିମକୁ ଉଦ୍ଧାର କାମରେ ଲଗାଇବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
ଏନେଇ ସେ ସ୍ୱାସ୍ଥ୍ୟ, ଜଳଯୋଗାଣ ଓ ପଞ୍ଚାୟତିରାଜ ବିଭାଗକୁ ସ୍ୱତନ୍ତ୍ର ବ୍ୟବସ୍ଥା କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସବୁ ଜୀବନ ମୂଲ୍ୟବାନ। ଯେପରି ଗୋଟିଏ ଜୀବନ ହାନି ନ ହୁଏ, ଯୋଗାଯୋଗରେ ଯେପରି ଗୁରୁତର ବିଭ୍ରାଟ ନ ହୁଏ, ତାହା ସୁନିଶ୍ଚିତ କର। ବନ୍ୟାରେ ୧୦ଟି ଜିଲ୍ଲା ପ୍ରଭାବିତ ହେଉଥିବାରୁ ସେସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ତୁରନ୍ତ ପଦକ୍ଷେପ ନେବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ।

ସେପିପରି ପ୍ରାଣୀଧନର ସୁରକ୍ଷା ପାଇଁ ମତ୍ସ୍ୟ ଓ ପଶୁସଂପଦ ବିଭାଗ ଆବଶ୍ୟକ ସେବା ଯୋଗାଇ ଦେବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି। ରାସ୍ତାଘାଟର କ୍ଷତି ହୋଇ ଯଦି ଯୋଗାଯୋଗ ବ୍ୟବସ୍ଥା ବ୍ୟାହତ ହୁଏ, ତେବେ ଇଂଜିନିୟରିଂ ବିଭାଗ ସେଗୁଡ଼ିକର ତୁରନ୍ତ ମରାମତି ପାଇଁ ଆଗୁଆ ବ୍ୟବସ୍ଥା କରିବା ଆବଶ୍ୟକ। ସେହିପରି ଶକ୍ତି ବିଭାଗ ମଧ୍ୟ ବିଦ୍ୟୁତ ଯୋଗାଯୋଗ ବ୍ୟାହତ କ୍ଷେତ୍ରରେ ତୁରନ୍ତ ପୁନଃ ସଂଯୋଗ ପାଇଁ ଆଗୁଆ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି. କେ.ପାଣ୍ଡିଆନ୍  ଓ ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ ଜେନାଙ୍କ ସମେତ ଜିଲ୍ଲାର ଜିଲ୍ଲାପାଳମାନେ ଯୋଗ ଦେଇଥିଲେ ଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe