ଭୁବନେଶ୍ୱର: ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ। ମନ୍ତ୍ରିମଣ୍ଡଳରୁ ବାଦ୍ ଦେବାକୁ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିଶ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସୁପାରିଶ ଆଧାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଛନ୍ତି । ଉଚ୍ଚ ଶିକ୍ଷା ବିଭାଗର ଖରାପ ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ବାଦ୍ ଦେଇଥିବା କୁହାଯାଉଛି। ଗତ ଜୁନ୍ ମାସରେ ତାଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ୍ କରାଯାଇଥିଲା। ସଂପ୍ରତି ସେ ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀର ବିଧାୟକ ଅଛନ୍ତି। ସେ କଂଗ୍ରେସରୁ ରାଜନୈତିକ ଜୀବନ ଆରମ୍ଭ କରିଥିଲେ। ହେଲେ ପରେ ବିଜେଡିରେ ଯୋଗ ଦେଇଥିଲେ।
ଏଣେ ରାଜନୀତି କ୍ଷେତ୍ରରେ ଅବସର ନେବାର କୌଣସି ବୟସ ସୀମା ଏପର୍ଯ୍ୟନ୍ତ ସ୍ଥିର ହୋଇନଥିବା ବେଳେ ରେଢ଼ାଖୋଲ ବିଧାୟକ ତଥା ତତକାଳୀନ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ୬୦ ବର୍ଷରୁ ଅଧିକ ବୟସର ବ୍ୟକ୍ତି ବିଧାନସଭା ନିର୍ବାଚନ ନଲଢ଼ିବା ଉଚିତ ବୋଲି ଯୁକ୍ତି ରଖିଥିଲେ। ତାଙ୍କ ଏହି ‘ଅବସର ନୀତି ପଛରେ ରେଢ଼ାଖୋଲ ଅଂଚଳରେ ସାଂଗଠନିକ ସ୍ଥିତି ପୂର୍ବାପେକ୍ଷା ଦୁର୍ବଳ ହେବା ଏବଂ ବରିଷ୍ଠ ନେତାଙ୍କ ସକ୍ରିୟତାକୁ ନେଇ ଏହି ବିଧାନସଭା କ୍ଷେତ୍ର ହାତଛଡ଼ା ହେବା ଡର ନା ଅନ୍ୟ କିଛି ଆଦର୍ଶ ରହିଛି ବୋଲି ଅଂଚଳରେ ଚର୍ଚ୍ଚା ହୋଇଥିଲା। ଏହି ମନ୍ତବ୍ୟ ରୋହିତଙ୍କ ପାଇଁ ମହଙ୍ଗା ପଡ଼ିଲା ବୋଲି ସମ୍ବଲପୁର ଓ ରେଢ଼ାଖୋଲ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।
ଏଣେ ଉଚ୍ଚ ଶିକ୍ଷା ବିଭାଗ ମନ୍ତ୍ରୀ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/06/745aa42e-b31c-4732-9e82-14e23ea5e0d0.jpg)