ସାଂସଦ ତାପସ ପାଲଙ୍କ ଜାମିନ ଶୁଣାଣି ଘୁଞ୍ଚିଲା

ରୋଜଭ୍ୟାଲି ଠକେଇ

କଟକ: ରୋଜଭ୍ୟାଲି ଚିଟଫଣ୍ଡ ମାମଲାରେ ଗିରଫ ହୋଇ ଜେଲରେ ଥିବା ତୃଣମୂଳ କଂଗ୍ରେସ ସାଂସଦ ତାପସ ପାଲଙ୍କ ଜାମିନ୍‌ ଆବେଦନର ଶୁଣାଣି ହୋଇଛି। ହାଇକୋର୍ଟର ବିଚାରପତି ଜଷ୍ଟିସ ଜେ.ପି.ଦାସଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ୨୦୧୭, ଅକ୍ଟୋବର ୧୫ ତାରିଖ ଧାର୍ଯ୍ୟ କରିଛନ୍ତି। କେସ୍‌ ଡାଏରି ଦାଖଲ ସହିତ ତଦନ୍ତର ସାନି ସ୍ଥିତି ସଂପର୍କରେ ଅବଗତ କରିବା ପାଇଁ ସିବିଆଇକୁ ନିର୍ଦ୍ଦେଶ ଦିଆଯାଇଛି। ୨୦୧୭, ଏପ୍ରିଲ ୧୨ରେ ହାଇକୋର୍ଟ ତାଙ୍କ ନିୟମିତ ଜାମିନ ଆବେଦନ ଖାରଜ କରିଥିଲେ। ପରିବର୍ତ୍ତିତ ପରିସ୍ଥିତିରେ ପୁଣି ସେ ଜାମିନ ପାଇଁ ଆବେଦନ କରି ପାରିବେ ବୋଲି କିନ୍ତୁ ହାଇକୋର୍ଟଙ୍କ ରାୟରେ ସ୍ପଷ୍ଟ କରାଯାଇଥିଲା। ଏହାପରେ ତାପସଙ୍କ ପକ୍ଷରୁ ହାଇକୋର୍ଟରେ ଦ୍ୱିତୀୟ ଥର ଲାଗି ଜାମିନ ଆବେଦନ ଦାୟର କରାଯାଇଛି। ଏଠାରେ ସୂଚନା ଯୋଗ୍ୟ ଯେ ରୋଜ ଭ୍ୟାଲି ଠକେଇ ମାମଲାରେ ୨୦୧୬, ଡିସେମ୍ବର ୩୦ରେ ତାପସଙ୍କୁ ସିବିଆଇ ଗିରଫ କରିଥିଲା। ରୋଜଭ୍ୟାଲି ମୁଖ୍ୟ ଗୌତମ କୁଣ୍ଡୁଙ୍କ ସହିତ ଅପରାଧିକ ଷଡଯନ୍ତ୍ରରେ ସାମିଲ ହେବା ସହିତ ରୋଜଭ୍ୟାଲି ଚେନ୍‌ ମାର୍କେଟିଂ ସିଷ୍ଟମ ଲିମିଟେଡ୍‌ରେ ନିର୍ଦ୍ଦେଶକ ଭାବେ ସେ କାର୍ଯ୍ୟ କରିଥିବା ଅଭିଯୋଗ ରହିଛି।

ସମ୍ବନ୍ଧିତ ଖବର