ବାହାନଗା ରେଳ ଦୁର୍ଘଟଣା: ଓଡିଶାର ୩୯ ଜଣ ମୃତକଙ୍କ ପରିବାର ପାଇଁ ୧.୯୫ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

Advertisment

7ଟି ଜିଲ୍ଲାର ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ସହାୟତା ପ୍ରଦାନ

7ଟି ଜିଲ୍ଲାର ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ସହାୟତା ପ୍ରଦାନ

ବାହାନଗା ରେଳ ଦୁର୍ଘଟଣା: ଓଡିଶାର ୩୯ ଜଣ ମୃତକଙ୍କ ପରିବାର ପାଇଁ ୧.୯୫ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ବର ଜିଲ୍ଲା ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡ଼ିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯାଉଛି।

ମୃତକଙ୍କ ମଧ୍ୟରେ ଭଦ୍ରକର ୮ଜଣ, ଯାଜପୁରର ୨ଜଣ, ବାଲେଶ୍ୱରର ୧୪ଜଣ, ମୟୂରଭଞ୍ଜର ୯ଜଣ, ଖୋର୍ଦ୍ଧାର ୨ଜଣ, କଟକର ୩ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି। ମୃତକମାନଙ୍କର ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ ଆରମ୍ଭ ହୋଇଛି । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ପୂର୍ବରୁ ଓଡ଼ିଶାର ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ ବୋଲି ପୂର୍ବରୁ ଘୋଷଣା କରିଥିଲେ।

ଗତ ୨ ତାରିଖ ସନ୍ଧ୍ୟା ପ୍ରାୟ ୭ଟାରେ ବାହାନଗାରେ ଘଟିଥିବା କରମଣ୍ଡଳ ଏକ୍ସପ୍ରେସ୍‌, ଯଶବନ୍ତପୁର-ହାୱଡା ଏକ୍ସପ୍ରେସ୍‌ ଏବଂ ଏକ ମାଲବାହୀ ଗାଡ଼ି ଦୁର୍ଘଟଣା ହେବା ଫଳରେ ୨୭୮ ଜଣଙ୍କର ମୃତ୍ୟୁ ହୋଇଛି। ପ୍ରାୟ ୧୦୦୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି। ଏହି ଟ୍ରେନ୍‌ ଦୁର୍ଘଟଣା ଯୋଗୁଁ ଓଡ଼ିଶା ସମେତ, ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କର୍ଣ୍ଣାଟକର ଯାତ୍ରୀମାନେ ସର୍ବାଧିକ ମୃତାହତ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe