ମହିମା ପୀଠ ପାଇଁ ୧୧୨ କୋଟି; ସମ୍ପୂର୍ଣ୍ଣ ରୂପାନ୍ତର ହେବ

Advertisment
ମହିମା ପୀଠ ପାଇଁ ୧୧୨ କୋଟି;  ସମ୍ପୂର୍ଣ୍ଣ ରୂପାନ୍ତର ହେବ

places.branipick.com

ଭୁବନେଶ୍ବର : ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମା ଗାଦି ପୀଠର ହେବ ସମ୍ପୂର୍ଣ୍ଣ ରୂପାନ୍ତର। ଏଥି ପାଇଁ ରାଜ୍ୟ ସରକାର ଖର୍ଚ୍ଚ କରିବେ ୧୧୨ କୋଟି ଟଙ୍କା। ଜିଲ୍ଲାପାଳ ପଠାଇଥିବା ଏହି ପ୍ରକଳ୍ପ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି।

ପ୍ରକଳ୍ପ ରିପୋର୍ଟରେ ପୀଠର ସର୍ବାଙ୍ଗୀନ ବିକାଶ ସହିତ ଭକ୍ତ ମାନଙ୍କ ପାଇଁ ବିଭିନ୍ନ ସୁବିଧା ଉପରେ ଗୁରୁତ୍ୱ ଦିଆଯାଇଛି। ଏଥିରେ ସମାଧି ମନ୍ଦିରର ପୁନଃନିର୍ମାଣ, ପ୍ରାର୍ଥନା ଗୃହ, ପାଚେରୀ, ପୁଷ୍କରିଣୀ ପୁନରୁଦ୍ଧାର, ବସ ଷ୍ଟାଣ୍ଡ, କୌପୀନ ଧାରି ମହିମା ସମାଜ ପୀଠ ପୁନଃନିର୍ମାଣ, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଆଦି ନିର୍ମାଣ କରାଯିବ। ପୀଠ ଭିତରେ ଆଭ୍ୟନ୍ତରୀଣ ସଡ଼କ ସହିତ ପୂରା ସ୍ଥାନର ଆଲୋକୀକରଣ କରାଯିବ। ଜଗନ୍ନାଥ ମନ୍ଦିର ଠାରୁ ସ୍କୁଲ ପଡ଼ିଆ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯିବ। ସୌନ୍ଦର୍ଯ୍ୟକରଣ ପାଇଁ ପୂର୍ବ ପଟ ବଡ଼ ପୋଖରୀର ପୁନରୁଦ୍ଧାର ସହିତ ୨୦୦ ତାଳ ଗଛ ଓ ୨୦୦ ବର ଗଛ ଲଗାଯିବ। ଆଲୋକୀକରଣ ସହିତ ପ୍ରମନେଡ୍‌ ତିଆରି କରାଯିବ। ସାଧୁ ଓ ଭକ୍ତମାନଙ୍କ ପାଇଁ ୨୦୦ ଟଏଲେଟ୍‌ ନିର୍ମାଣ କରାଯିବ। ପୂରା ପ୍ରକଳ୍ପରେ ସାଧୁ ସନ୍ଥ, ଭକ୍ତ ଓ ଅତିଥି ମାନଙ୍କ ପାଇଁ ସବୁ ପ୍ରକାର ସୁବିଧା ସୁଯୋଗ ରହିବ। ସୌନ୍ଦର୍ଯ୍ୟକରଣ ସହିତ ଏହା ଜିଲ୍ଲାର ଏକ ପ୍ରମୁଖ ତୀର୍ଥସ୍ଥଳୀ ଓ ପର୍ଯ୍ୟଟନ କେନ୍ଦ୍ର ହେବା ପାଇଁ ସବୁ ପଦକ୍ଷେପ ନିଆଯିବ।

ସୂଚନାଯୋଗ୍ୟ ଯେ ଗତ ମାସ ୨୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି କେ ପାଣ୍ଡିଆନ୍ ମହିମା ପୀଠ ପରିଦର୍ଶନ କରି ସାଧୁସନ୍ଥ ଓ ଭକ୍ତମାନଙ୍କ ସହିତ ପୀଠର ରୂପାନ୍ତର ବିଷୟରେ ଆଲୋଚନା କରିଥିଲେ। ୧୫ ଦିନ ଭିତରେ ପ୍ରକଳ୍ପ ରିପୋର୍ଟ ଦେବାକୁ ସେ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe