ଗୃହରେ ବିଜେପି ଓ କଂଗ୍ରେସ ସଦସ୍ୟଙ୍କ ଅନୁପସ୍ଥିତିରେ ୧୬,୮୦୦ କୋଟି ଟଙ୍କାର ବ୍ୟୟ ମଞ୍ଜୁରୀ ବିଲ ପାରିତ

ଭୁବନେଶ୍ବର: ବିଧାନସଭାର ଶୀତକାଳୀନ ଅଧିବେଶନରେ ଶୁକ୍ରବାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍‌ ପାରିତ ହୋଇଯାଇଛି। ଗୃହରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୧୬ ହଜାର ୮୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ ପାଇଁ ବ୍ୟୟ ବରାଦ ହୋଇଛି। ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟଙ୍କ ଅନୁପସ୍ଥିତିରେ  ବ୍ୟୟ ମଞ୍ଜୁରୀ ବିଲ ପାରିତ ହୋଇଛି। ଅର୍ଥ ମନ୍ତ୍ରୀ ନିରଂଜନ ପୂଜାରୀଙ୍କ ଅନୁପସ୍ଥିତିରେ ପଞ୍ଚାୟତରାଜ ମନ୍ତ୍ରୀ ପ୍ରଦୀପ ଅମାତ ବ୍ୟୟ ମଞ୍ଜୁରୀ ବିଲ ଉପସ୍ଥାପିତ କରିଛନ୍ତି। ଏହାସହ ୨୦୨୧-୨୨ ବର୍ଷର ସିଏଜି ରିପୋର୍ଟ ଉପସ୍ଥାପିତ ହୋଇଛି।

ସମ୍ବନ୍ଧିତ ଖବର