ଗଲଓ୍ଵାନ୍‌ରେ ସହିଦ ୨ ଓଡ଼ିଆ ଯବାନଙ୍କ ପରିବାରକୁ ମିଳିବ ୨୫ ଲକ୍ଷ ଅନୁକମ୍ପା ରାଶି

ଭୁବନେଶ୍ୱର: ପୂର୍ବ ଲଦ୍ଦାଖର ଗଲଓ୍ଵାନ ଘାଟିରେ ଭାରତ ଓ ଚୀନ ସେନାଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ସହିଦ ୨ ଜଣ ଓଡ଼ିଆ ଯବାନଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ରାଶି ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବ।

 

ସୂଚନାଯୋଗ୍ୟ, ଗଲଓ୍ଵାନ ଘାଟିରେ ଚଳିତ ମାସ ୧୫ ଓ ୧୬ ତାରିଖ ରାତିରେ ୨୦ ଜଣ ଭାରତୀୟ ଯବାନ ସହିଦ ହୋଇଥିଲେ। ଏଥିରେ ଓଡ଼ିଶାରୁ କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ୍‌ ବିଅରପାଙ୍ଗା ଗ୍ରାମର ଚନ୍ଦ୍ରକାନ୍ତ ପ୍ରଧାନ (୨୮) ଓ ମୟୂରଭଂଜ ଜିଲ୍ଲାର ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବଡଚମ୍ପାଉଦା ଗ୍ରାମର ସ୍ୱର୍ଗତ କାହ୍ନ ସୋରେନଙ୍କ ପୁଅ ନନ୍ଦୁରାମ (୪୩) ସାମିଲ ଥିଲେ।

ସମ୍ବନ୍ଧିତ ଖବର