ବଲାଙ୍ଗୀରରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୨୯୬.୫୦ କୋଟି ଟଙ୍କା ମଞ୍ଜୁର

Advertisment

ସୁନଗଡ ନଦୀରେ ସିକୁଆଁ ପ୍ରକଳ୍ପ ପାଇଁ ୪୯ କୋଟି, ଅଙ୍ଗ ନଦୀରେ କୁଟସିଙ୍ଘା ପ୍ରକଳ୍ପ ପାଇଁ ୨୪୭.୫୦ କୋଟି

ସୁନଗଡ ନଦୀରେ ସିକୁଆଁ ପ୍ରକଳ୍ପ ପାଇଁ ୪୯ କୋଟି, ଅଙ୍ଗ ନଦୀରେ କୁଟସିଙ୍ଘା ପ୍ରକଳ୍ପ ପାଇଁ ୨୪୭.୫୦ କୋଟି

ଡାକ୍ତର ଦାମୋଦର ରାଉତଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୯୬.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ପ୍ରକଳ୍ପ ଦୁଇଟି ହେଉଛି – ସୁନଗଡ ନଦୀରେ ସିକୁଆଁ/ସିଲେଟକଣି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ଅଙ୍ଗ ନଦୀରେ କୁଟସିଙ୍ଘା ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ସିକୁଆଁ ପ୍ରକଳ୍ପ ପାଇଁ  ମୁଖ୍ୟମନ୍ତ୍ରୀ ୪୯ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ କୁଟସିଙ୍ଘା ପ୍ରକଳ୍ପ ପାଇଁ ୨୪୭.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ବଲାଙ୍ଗୀର ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହାଦ୍ବାରା ୪ଟି ବ୍ଲକ୍‌ର ଲୋକ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ  ବିଶେଷ ସହାୟକ ହେବ । ସିକୁଆଁ ପ୍ରକଳ୍ପ ଦ୍ବାରା ଦେଓଗାଁ ଓ ବଲାଙ୍ଗୀର ବ୍ଲକ୍‌ରେ ଜନସାଧାରଣ ଉପକୃତ ହେବା ବେଳେ, କୁଟସିଙ୍ଘା ପ୍ରକଳ୍ପ ଦ୍ବାରା ଡୁଙ୍ଗୁରିପାଲି ଓ ଅଗଲପୁର ବ୍ଲକ୍‌ର ଜନସାଧାରଣ ଉପକାର ପାଇବେ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe