ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୨୪ କୋଟି ମଞ୍ଜୁର

Advertisment

ଭୂତଳ ଜଳସ୍ତର ବୃଦ୍ଧି, ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନରେ ହେବ ସହାୟକ

ଭୂତଳ ଜଳସ୍ତର ବୃଦ୍ଧି, ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନରେ ହେବ ସହାୟକ

ଆଜି ବ୍ରହ୍ମପୁର, ଆସ୍କା ଓ ଭୁବନେଶ୍ୱରକୁ ନେଇ ସମୀକ୍ଷା କରିବେ ସୁପ୍ରିମୋ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ପ୍ରକଳ୍ପଟି ହେଉଛି–  ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପ।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ବୌଦ୍ଧ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି  ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହାଦ୍ବାରା ବୌଦ୍ଧ ଜିଲ୍ଲାର ଜନସାଧାରଣ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ  ଏହା ବିଶେଷ ସହାୟକ ହେବ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe