ଭୁବନେଶ୍ବର/ଝାରସୁଗୁଡ଼ା: ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଡଙ୍ଗା ବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାସହିତ ଉଦ୍ଧାର କରାଯାଇଥିବା ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଉଦ୍ଧାର କାର୍ଯ୍ୟ ପାଇଁ ୫ ଜଣ ସ୍କୁବା ଡ୍ରାଇଭର ଓ ୨ଟି ସର୍ଚ୍ଚ କ୍ୟାମେରା ବିମାନ ମାଧ୍ୟମରେ ପଠାଯାଇଛି।
ସୂଚନା ଅନୁସାରେ ସୀମାନ୍ତ ଛତିଶଗଡ଼ର କୋରବା ଜିଲ୍ଲା ଟପରା ଗାଁର ୬୦ ଜଣ ଲୋକ ବରଗଡ଼ ଜିଲ୍ଲା ବାଞ୍ଜିପାଲିସ୍ଥିତ ପଥରସେଣୀ ମନ୍ଦିରକୁ ଯାଇଥିଲେ। ସେଠାରେ ସମୋନେ ପୂର୍ବ ମାନସିକ ଅନୁଯାୟୀ ମନ୍ଦିରରେ ବୋଦା ବଳି ମଧ୍ୟ ଦେଇଥିଲେ। ସେଠାରୁ ଫେରିବା ବେଳେ ଶରଧା ଘାଟରୁ ପ୍ରାୟ ୧କିମି ଦୂରରେ ଡଙ୍ଗାଟି ଓଲଟି ପଡ଼ିଥିଲା। ଡଙ୍ଗାର ଉଭୟ ପାର୍ଶ୍ବରେ ବସିଥିବା ଲୋକେ ପହଁରିବାକୁ ଉଦ୍ୟମ କରିଥିବା ବେଳେ ସ୍ଥାନୟୀ ମତ୍ସ୍ୟଜୀବୀମାନଙ୍କ ଦ୍ବାରା ଉଦ୍ଧାର ହୋଇଥିଲେ। କିନ୍ତୁ ଯେଉଁମାନଙ୍କ ଉପରେ ଡଙ୍ଗା ଓଲଟି ପଡ଼ିଛି, ସେମାନଙ୍କର ପତ୍ତା ମିଳୁ ନାହିଁ।
/sambad/media/post_attachments/wp-content/uploads/2024/04/fa176336-34b1-43b6-9f78-2791d89d04c5-1.jpeg)
ଡଙ୍ଗା ଓଲଟିବା ସମୟରେ ପ୍ରାୟ ୩୫ ଜଣଙ୍କୁ ମତ୍ସ୍ୟଜୀବୀମାନେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କରିଥିଲେ। ଉଦ୍ଧାର ହୋଇଥିବା ଲୋକମାନଙ୍କ ମଧ୍ୟରୁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରିପୋର୍ଟ ଲେଖାଯିବା ବେଳକୁ କିଛି ମହିଳା ଓ ଶିଶୁମାନେ ନିଖୋଜ ଥିବା ଜଣାପଡ଼ିଛି। ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/04/fa176336-34b1-43b6-9f78-2791d89d04c5-2.jpeg)