ପୁରୀ ସ୍ୱର୍ଗଦ୍ୱାରର ବିକାଶ ପାଇଁ ପ୍ରଥମ ପର୍ଯ୍ୟାୟରେ ୫ କୋଟି ଟଙ୍କା ଖର୍ଚ୍ଚ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀ ସ୍ୱର୍ଗଦ୍ୱାରର ବିକାଶ ପାଇଁ ପ୍ରଥମ ପର୍ଯ୍ୟାୟରେ ୫ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଖର୍ଚ୍ଚ ଭରଣା କରାଯିବ। ଫୋନିକ୍ସ ଫାଉଣ୍ଡେସନ ସହଯୋଗରେ ଏହି ବିକାଶ ମୂଳକ କାମ କରାଯିବ।

ଆଜି ସନ୍ଧ୍ୟାରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଉପରୋକ୍ତ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଫନି ପରେ ସ୍ୱର୍ଗଦ୍ୱାରର ବହୁତ କ୍ଷତି ହୋଇଥିଲା। ତେଣୁ ଏହାର ସାମଗ୍ରୀକ ବିକାଶ ପାଇଁ ରାଜ୍ୟ ସରକାର କାମ ହାତକୁ ନେଇଛନ୍ତି। ଏଥିରେ ଶବଦାହ ଠାରୁ ଆରମ୍ଭ କରି ଶବ ବାହକମାନଙ୍କ ସୁବିଧା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ସବୁ ଋତୁରେ ସୁବିଧାରେ ଶବଦାହ ପାଇଁ ଏଠାରେ ବ୍ୟବସ୍ଥା କରାଯିବ। ଶବବାହକମାନଙ୍କ ସୁବିଧା ପାଇଁ ବିଶ୍ରାମ କକ୍ଷ ଠାରୁ ଆରମ୍ଭ କରି ବ୍ୟାପକ ବୃକ୍ଷରୋପଣ କରାଯିବ। ଅସ୍ଥି ସଂଗ୍ରହ ଏବଂ ଏହାର ସଂରକ୍ଷଣ ପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ। ଏହି କାମ ଆରମ୍ଭର ୬ ମାସ ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ।

Odisha bytes

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିଜୁବାବୁ କୋଟି କୋଟି ଓଡ଼ିଆଙ୍କ ହୃଦୟରେ ଅଛନ୍ତି। ସ୍ୱର୍ଗଦ୍ୱାରରେ ବିଜୁବାବୁଙ୍କ ଉଦ୍ଦେଶ୍ୟରେ ଯାହା କିଛି ଥିଲା, ସେ ସବୁ ଏବେ ଓଡ଼ିଶାବାସୀଙ୍କ ସେବାରେ ଲାଗିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସ୍ୱର୍ଗଦ୍ୱାରକୁ ବିଶ୍ୱାସର ପବିତ୍ର ଭୂମି ଭାବରେ ବର୍ଣ୍ଣନା କରି ଏହାର ବିକାଶରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

ସମ୍ବନ୍ଧିତ ଖବର