ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାର ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ବର : ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ ଯୁକ୍ତ୩ କଳା ବିଭାଗ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଏକ ସମ୍ବେଦନଶୀଳ ଘଟଣା। ପୁଲିସ ଏହାର ତଦନ୍ତ କରୁଛି। ରିପୋର୍ଟ ହସ୍ତଗତ ହେବା ପରେ ରାଜ୍ୟ ସରକାର ଉପଯୁକ୍ତ ପଦକ୍ଷେପ ନେବେ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ କହିଛନ୍ତି। ରୁଚିକାଙ୍କ ଅକାଳ ବିୟୋଗରେ ମନ୍ତ୍ରୀ ଶ୍ରୀ ପୂଜାରୀ ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ସେ କହିଛନ୍ତି ଯେ ରୁଚିକା ଜଣେ ମେଧାବୀ ଛାତ୍ରୀ ଥିଲେ। ଏଭଳି ଘଟଣାରେ ମୁଁ ଅତ୍ୟନ୍ତ ଦୁଃଖତ ଓ ମର୍ମାହତ।

ସମ୍ବନ୍ଧିତ ଖବର