ଓଡ଼ିଆ ଭାଷାରେ କାର୍ଯ୍ୟ କରିବାକୁ ୪୮୮ ବର୍ଗ କଲେଜକୁ ନିର୍ଦେଶ

ଭୁବନେଶ୍ୱର: ସରକାରୀ କାର୍ଯ୍ୟାଳୟରେ ଓଡ଼ିଆ ଭାଷାରେ କାର୍ଯ୍ୟ କରିବା ପାଇଁ ନିର୍ଦେଶ ଦିଆଯାଇଛି। କିନ୍ତୁ କେତେକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ୨ କଲେଜ) ତାହାକୁ ପାଳନ କରୁନାହାନ୍ତି। ତାହାକୁ ଦୃଷ୍ଟିରେ ରଖି ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ରାଜ୍ୟର ସମସ୍ତ ୪୮୮ ବର୍ଗର ସରକାରୀ ଅନୁଦାନପ୍ରାପ୍ତ ଯୁକ୍ତ୨ କଲେଜ ଅଧ୍ୟକ୍ଷଙ୍କୁ ଚିଠି କରାଯାଇଛି। ନିର୍ଦେଶାଳୟର ଉପନିର୍ଦ୍ଦେଶିକା ତିଳୋତ୍ତମା ସେନାପତି ଚିିଠିରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଓଡ଼ିଆ ଭାଷାକୁ ସରକାରୀ କାର୍ଯ୍ୟରେ ବିଧିବଦ୍ଧ ପଦକ୍ଷେପ ନେବାକୁ ସେ କହିଛନ୍ତି।

ସମ୍ବନ୍ଧିତ ଖବର