ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ଦ୍ବାରା ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଉଦଘାଟିତ

ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ଦ୍ବାରା ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଉଦଘାଟିତ

ଭବାନୀପାଟଣା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏବଂ ଭର୍ଚ୍ୟୁଆଲ ପ୍ଲାଟଫର୍ମରେ ଉପସ୍ଥିତ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ମନସୁଖ ମାଣ୍ଡଭିୟା ସହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦଘାଟନ କରିଛନ୍ତି। ଏଥିରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ରାଷ୍ଟ୍ରମନ୍ତ୍ରୀ ଏସ ପି ସିଂହ ବାଘେଲ ମଧ୍ୟ ଭିଡିଓ କନଫରେନ୍ସିଂରେ ଯୋଗ ଦେଇଥିଲେ। ଏହାଫଳରେ ଦୀର୍ଘ ଦୁଇ ଦଶନ୍ଧି ଧରି କଳାହାଣ୍ଡିବାସୀଙ୍କ ସ୍ବପ୍ନ ପୂରଣ ହୋଇଛି। ୪୮୧ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ହୋଇଥିବା ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜରେ ୧୦୦ ଏମବିବିଏସ୍ ସିଟରେ ନାମଲେଖା ପାଇଁ ନେସନାଲ୍ ମେଡିକାଲ୍ କାଉନସିଲ୍ ଠାରୁ ଅନୁମତି ମିଳିଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ  ଛାତ୍ର ପ୍ରତୀଶ କୁମାର କୁମ୍ଭାରଙ୍କ ସହିତ ବାର୍ତ୍ତାଳାପ କରିଥିଲେ। ପାଠ ପଢିବାର ସୁବିଧା ସଂପର୍କରେ ମୁଖ୍ୟମନ୍ତ୍ରୀ ପଚାରିବା ପରେ ସେ କହିଥିଲେ ଯେ ଏଠାରେ ପାଠ ପଢିବା ପାଇଁ ସବୁପ୍ରକାର ସୁବିଧା ସୁଯୋଗ ମିଳୁଛି ଏବଂ ଆମେ ଖୁସିରେ ପାଠ ପଢୁଛୁ। କେନ୍ଦ୍ରମନ୍ତ୍ରୀ ଶ୍ରୀ ମାଣ୍ଡଭିୟା ଦୁଇ ଜଣ ଛାତ୍ରୀ ଅନୁପ୍ରିୟା କୁମାରୀ ଓ ଅନୁଷ୍କା ସିଂଙ୍କ ସହିତ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ ଯେ ୩୨୫ କୋଟି ଟଙ୍କା ବିନିଯୋଗରେ ନିର୍ମିତ କଳାହାଣ୍ଡିର ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜରେ ଚଳିତ ବର୍ଷ ଠାରୁ ପାଠପଢା ଆରମ୍ଭ ହୋଇଛି । ୪୩.୧୮ ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି କଲେଜରେ ୧୦୦ ଜଣ ଛାତ୍ର ପାଠ ପଢା ଆରମ୍ଭ କରିଛନ୍ତି। ଏଥିରେ ରାଜ୍ୟ ସରକାରୀ ସ୍କୁଲରୁ ୧୩ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। ଏହାଦ୍ବାରା ସ୍ବାସ୍ଥ୍ୟ ଶିକ୍ଷାରେ ଉନ୍ନତି ଆସିବା ସହିତ ସ୍ଥାନୀୟ ଅଞ୍ଚଳରେ ଉନ୍ନତ ମାନର ସ୍ବାସ୍ଥ୍ୟ ସେବା ମିଳିପାରିବ।

ମେଡିକାଲ କଲେଜ ସହିତ ରାଜ୍ୟ ସରକାର ନିଜ ଖର୍ଚ୍ଚରେ ୨୦୬ କୋଟି ଟଙ୍କା ବିନିଯୋଗରେ ଏକ ୬୫୦ ଶଯ୍ୟାବିଶିଷ୍ଟ ଟିଚିଂ ହସ୍‌ପିଟାଲ ମଧ୍ୟ ନିର୍ମାଣ କରୁଛନ୍ତି । ଏହା ବର୍ତ୍ତମାନ ନିର୍ମଣାଧୀନ ।

ଏହି ମେଡିକାଲ କଲେଜ ଓ ହସ୍ପିଟାଲଟିର ନାମ କଳାହାଣ୍ଡି ଜିଲ୍ଲାର ମହାନ ସ୍ଵାଧୀନତା ସଂଗ୍ରାମୀ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଓ ହସ୍ପିଟାଲ ରଖାଯାଇଛି। ଆଜିର ଉଦଘାଟନୀ ଉତ୍ସବରେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ଏବଂ ୫-ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍ ମଧ୍ୟ ଉପସ୍ଥିତ ଥିଲେ।

ଉଲ୍ଲେଖଯୋଗ୍ୟ, କେନ୍ଦ୍ର ସରକାର କଳାହାଣ୍ଡିରେ ଏକ ନୂଆ ମେଡିକାଲ୍ କଲେଜ ପ୍ରସ୍ତାବକୁ ୨୦୨୦ ମସିହା ସେପ୍ଟେମ୍ବର ମାସରେ ଅନୁମୋଦନ କରିଥିଲେ। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ କଳାହାଣ୍ଡିର ବିଜେପି ଲୋକସଭା ସଦସ୍ୟ ବସନ୍ତ ପଣ୍ଡାଙ୍କୁ ଚିଠି ଲେଖି ଜଣାଇଥିଲେ। ଏହି ପତ୍ରରେ ଡାକ୍ତର ହର୍ଷବର୍ଦ୍ଧନ ଆହୁରି ମଧ୍ୟ ଲେଖିଥିଲେ ଯେ ବସନ୍ତ ପଣ୍ଡାଙ୍କ ନେତୃତ୍ବରେ ଏହି ନୂଆ ମେଡିକାଲ୍ କଲେଜ ପ୍ରତିଷ୍ଠା ହେଲେ ସେହି ଅଞ୍ଚଳର ଲୋକଙ୍କର ଚିକିତ୍ସା ସୁବିଧାକୁ ପୂରଣ କରିବ ଏବଂ ସୁସ୍ଥ ଓ ପ୍ରଗତିଶୀଳ ଭାରତ  ଗଠନରେ ସହାୟକ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe