ଆଉଟସୋର୍ସିଂ କର୍ମଚାରୀଙ୍କ ଦରମା ୨୫% ବଢ଼ିଲା

Advertisment
ଘରୋଇ ହସ୍ପିଟାଲରେ ଚାକିରି କରାଇଦେବ କହି ଦେଢ଼ଲକ୍ଷ ଚଳୁ

Loksatta

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋର୍ସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତିମାନଙ୍କର ପାରିଶ୍ରମିକ ୨୫ ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କରେ ଘୋଷଣା କରିଛନ୍ତି। ଏହାଦ୍ବାରା ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ନିୟୋଜିତ ପ୍ରାୟ ୩୩ ହଜାର ବ୍ୟକ୍ତି ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାରଙ୍କୁ ବାର୍ଷିକ ଅଧିକ ୧୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ।

ଆଉଟସୋର୍ସିଂ ଓ ଚୁକ୍ତି ଭିତ୍ତିରେ ନିୟୋଜିତ ଏହି ବ୍ୟକ୍ତିମାନଙ୍କର ଇ.ପି.ଏଫ୍. ଓ ଇ.ଏସ୍.ଆଇ. ପରି ବୈଧାନିକ ଦେୟ ସଂପୃକ୍ତ ସଂସ୍ଥା ପୈଠ କରିବେ। ସେମାନେ କାମ କରୁଥିବା ବିଭାଗର କର୍ତ୍ତୃପକ୍ଷ ଏହା ସୁନିଶ୍ଚିତ କରିବେ। ଉପରୋକ୍ତ ବୈଧାନିକ ଦେୟ ପୈଠ କରିବାରେ ହେଳା କରୁଥିବା ସଂସ୍ଥାଗୁଡ଼ିକ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏତଦ୍ ବ୍ୟତୀତ ସେମାନଙ୍କୁ ବର୍ଷକୁ ସର୍ବାଧିକ ୧୨ ଦିନ ଛୁଟି ମଞ୍ଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଗର୍ଭବତୀ ମହିଳାମାନଙ୍କ କ୍ଷେତ୍ରରେ ମାତୃତ୍ବ ଛୁଟି ପ୍ରଦାନ ବିଷୟ ବିଚାର କରି ଯଥାଶୀଘ୍ର ନିଷ୍ପତ୍ତି ନେବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe