କଟକ,: ସାଲେପୁର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ସାକ୍ଷ୍ୟ ଗ୍ରହଣ ହୋଇଛି। କଟକ ତୃତୀୟ ଅତିରିକ୍ତ ଦୌରା ଜଜ୍ଙ୍କ ଇଜିଲାସରେ ମାମଲାର ଶୁଣାଣି ସମୟରେ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ଡାକ୍ତର ଜ୍ୟୋତିଷ ଚୌଧୁରୀ ହାଜର ହୋଇ ସାକ୍ଷ୍ୟ ପ୍ରଦାନ କରିଥିଲେ। ପୀଡିତା ଚିକିତ୍ସାଧୀନ ଅବସ୍ଥାରେ ଥିବା ବେଳେ ଡାକ୍ତର ଚୌଧୁରୀ ତାଙ୍କ ଚିକିତ୍ସା କରିଥିଲେ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଜୁନ୍ ୨୬ ଓ ୨୮ରେ କରାଯିବା ପାଇଁ ଧାର୍ଯ୍ୟ କରାଯାଇଛି। ସ୍ୱତନ୍ତ୍ର ପବ୍ଲିକ୍ ପ୍ରସିକ୍ୟୁଟର ଅକ୍ଷୟ କୁମାର ନାୟକ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ ୨୦୧୮, ଏପ୍ରିଲ ୨୧ ତାରିଖ ରାତିରେ ସାଲେପୁର ଥାନା ଅନ୍ତର୍ଗତ ନିଶ୍ଚିନ୍ତକୋଇଲି ବ୍ଲକ୍ ଫୋଗଳ ପଞ୍ଚାୟତ ଜଗନ୍ନାଥପୁର ଗ୍ରାମର ୬ ବର୍ଷର ଶିଶୁ କନ୍ୟାଙ୍କ ସହିତ ଦୁଷ୍କର୍ମ ହୋଇଥିଲା। ଚିକିତ୍ସିତ ଅବସ୍ଥାରେ ଏପ୍ରିଲ୨୯ ତାରିଖରେ ପୀଡିତାଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ସାଲେପୁର ଥାନା ପୁଲିସ ଅଭିଯୁକ୍ତ ମହମ୍ମଦ ମୁସ୍ତାକକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ମେ’ ୧୧ରେ ଅଦାଲତରେ ଏହି ମାମଲାର ଚାର୍ଜସିଟ ଦାଖଲ ହୋଇଥିଲା।
ସାଲେପୁର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା: ଡାକ୍ତରଙ୍କ ସାକ୍ଷ୍ୟ ଗ୍ରହଣ
/sambad/media/post_attachments/wp-content/uploads/2017/11/judgement-2.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)