ଜାନୁଆରି ୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ, ମା’ଙ୍କ କାମରେ ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

ମା’ଙ୍କ ଆଶୀର୍ବାଦରୁ ସବୁ କାମ ଭଲରେ ହେବ: ୫ଟି ଅଧ୍ୟକ୍ଷ

ଆସନ୍ତାକାଲିଠାରୁ ମା ସମଲେଶ୍ବରୀଙ୍କ ପୀଠ ପରିସରରେ ମାଦକ ଦ୍ରବ୍ୟ ଓ ପାନ ଗୁଟକାର ବ୍ୟବହାର ଉପରେ ରୋକ୍

ଭୁବନେଶ୍ବର/ସମ୍ବଲପୁର: ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ଏହି ପ୍ରକଳ୍ପର ଲୋକାର୍ପଣ। ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ। ମା ଙ୍କ ପୀଠର ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ କହିଥିଲେ ଯେ ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡିଆ ଦିଆଯିବ ଏବଂ ସବୁ ଘରୁ ମା’ଙ୍କ ପାଇଁ ସିନ୍ଦୁର ଆସିବ।

ମା’ଙ୍କ କାମରେ ସମସ୍ତଙ୍କ ସହଯୋଗ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା’ଙ୍କ ପୀଠ ଓ ସମ୍ବଲପୁର ସହରର ଉନ୍ନତି ପାଇଁ ସେ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି। ଆଗାମୀ ଦିନରେ ମଧ୍ୟ ଏହି କାର୍ଯ୍ୟ ଜାରି ରହିବ। ୫ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମା’ଙ୍କ ଆଶୀର୍ବାଦରୁ ସବୁ କାମ ଭଲରେ ଭଲରେ ଚାଲିଛି ଏବଂ ଆଗକୁ ମଧ୍ୟ ସବୁ କାମ ଭଲରେ ହେବ। ସମସ୍ତଙ୍କ ସହଯୋଗରେ ରୂପାନ୍ତର କାମ ଜାରି ରହିବ।

publive-image

ସୂଚନାଯୋଗ୍ୟ, ଆଜି ସକାଳ ୬ଟାରେ ଟ୍ରଷ୍ଟ ବୋର୍ଡ ସଦସ୍ୟ ଓ ପୂଜକମାନେ ମା’ ସମଲେଶ୍ବରୀଙ୍କ ପାଖରେ ପୂଜାର୍ଚ୍ଚନା କରିଥିଲେ। ସମଲେଶ୍ବରୀ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ନିମନ୍ତେ ଦେବ ନିମନ୍ତ୍ରଣ ଆରମ୍ଭ କରିଥିଲେ। ପ୍ରଥମେ ମା’ ପାଟଣେଶ୍ବରୀ, ମା’ ଦଶମତୀ, ମା’ ବାଟ ମଙ୍ଗଳା ଓ ବାବା ସୋମନାଥ ଦେବଙ୍କ ଶ୍ରୀ ଚରଣରେ ନିମନ୍ତ୍ରଣ କରିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିବାକୁ ଏକ ପ୍ରତିନିଧି ମଣ୍ଡଳୀ ଭୁବନେଶ୍ବର ଅଭିମୁଖେ ବାହାରିଥିଲେ।

ସୂଚନାଯୋଗ୍ୟ ଯେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ମନ୍ଦିର ଷୋଡଶ ଶତାଦ୍ଦୀର ଏକ ପ୍ରସିଦ୍ଧ ପୀଠ। ଏହାର ଉନ୍ନତି ପାଇଁ ୨୦୨୧ ମସିହାରେ ମୁଖ୍ୟମନ୍ତ୍ରୀ ସମଲେଇ ପ୍ରକଳ୍ପ ଆରମ୍ଭ କରିଛନ୍ତି। ଏଥିପାଇଁ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଭକ୍ତ ମାନଙ୍କ ପାଇଁ ଏକ ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି । ମନ୍ଦିର ସହିତ ମହାନଦୀ ଘାଟର ମଧ୍ୟ ଉନ୍ନତିକରଣ କରାଯାଉଛି । ଏହି ପ୍ରକଳ୍ପର ସଠିକ କାର୍ଯ୍ୟାନ୍ବୟନ ପାଇଁ ଶ୍ରୀ ପାଣ୍ଡିଆନ ଅନେକ ଥର ସମ୍ବଲପୁର ଯାଇ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe