ଭୁବନେଶ୍ୱର: ‘ସମ୍ବାଦ’ର ୪୧ତମ ସ୍ୱନକ୍ଷତ୍ର ଅବସରରେ ‘ସମ୍ବାଦ- ଆମ ଓଡ଼ିଶା’ ପକ୍ଷରୁ ବାର୍ଷିକ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି। ଆସନ୍ତା ୧୫ ତାରିଖ (ରବିବାର)ରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ, ହସ୍ତାକ୍ଷର ଓ ଭାଷାଜ୍ଞାନ-ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଚିତ୍ରାଙ୍କନ ପ୍ରତିଯୋଗିତାରେ ପ୍ରଥମରୁ ପଞ୍ଚମ ଶ୍ରେଣୀର ଛାତ୍ରଛାତ୍ରୀ, ହସ୍ତାକ୍ଷର ପ୍ରତିଯୋଗିତାରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀ ଏବଂ ଭାଷାଜ୍ଞାନ-ପ୍ରବନ୍ଧ ପରୀକ୍ଷାରେ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିପାରିବେ। ସମସ୍ତ ବ୍ଲକ୍ ଓ ପୌରାଞ୍ଚଳରେ ପରୀକ୍ଷା କେନ୍ଦ୍ର କରାଯିବ।
ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ହେବ ଚିତ୍ରାଙ୍କନ, ହସ୍ତାକ୍ଷର ଓ ଭାଷାଜ୍ଞାନ-ପ୍ରବନ୍ଧ ପ୍ରତିଯୋଗିତା
ଛାତ୍ରଛାତ୍ରୀମାନେ ସିଧାସଳଖ ନିକଟସ୍ଥ ପରୀକ୍ଷା କେନ୍ଦ୍ରକୁ ଆସି ପ୍ରତିଯୋଗିତାରେ ଭାଗ ନେଇପାରିବେ। କେନ୍ଦ୍ରଗୁଡ଼ିକର ତାଲିକା ‘ସମ୍ବାଦ’ରେ ଆଗାମୀ ଦିନରେ ପ୍ରକାଶ ପାଇବ। ପରୀକ୍ଷା କେନ୍ଦ୍ରରେ ହିଁ ମୂଲ୍ୟାୟନ କରାଯାଇ ସେହି ସ୍ଥାନରେ ବିଜେତାଙ୍କୁ ପୁରସ୍କୃତ କରାଯିବ। ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ହାସଲ କରିଥିବା ପରୀକ୍ଷାର୍ଥୀଙ୍କ ଉତ୍ତରଖାତା ରାଜ୍ୟସ୍ତରରେ ପୁନଃମୂଲ୍ୟାୟନ ହୋଇ ରାଜ୍ୟସ୍ତରୀୟ ବିଜେତାଙ୍କୁ ଚୟନ କରାଯିବ।