୧୪ରେ ‘ସମ୍ବାଦ’ ଜୋନ୍‌ସ୍ତରୀୟ ବିତର୍କ ଓ ସାରେଗାମା ପ୍ରତିଯୋଗିତା

‘ସମ୍ବାଦ’ର ସ୍ବନକ୍ଷତ୍ର ଅବସରରେ ସେପ୍ଟେମ୍ବର ୧୪ ତାରିଖ ରବିବାର ଦିନ ବାର୍ଷିକ ଜୋନ୍‌ସ୍ତରୀୟ ବିତର୍କ ଓ ସାରେଗାମା ପ୍ରତିଯୋଗିତା ଅନୁଷ୍ଠିତ ହେବ। ଭୁବନେଶ୍ବର ଓ କଟକ ସମେତ ଯାଜପୁର, ଅନୁଗୁଳ, ବାଲେଶ୍ବର, ରାଉରକେଲା, ସମ୍ବଲପୁର, ବ୍ରହ୍ମପୁର ଓ ଜୟପୁର....

sambad

Photograph: (Wikipedia)

ଭୁବନେଶ୍ବର: ‘ସମ୍ବାଦ’ର ସ୍ବନକ୍ଷତ୍ର ଅବସରରେ ସେପ୍ଟେମ୍ବର ୧୪ ତାରିଖ ରବିବାର ଦିନ ବାର୍ଷିକ ଜୋନ୍‌ସ୍ତରୀୟ ବିତର୍କ ଓ ସାରେଗାମା ପ୍ରତିଯୋଗିତା ଅନୁଷ୍ଠିତ ହେବ। ଭୁବନେଶ୍ବର ଓ କଟକ ସମେତ ଯାଜପୁର, ଅନୁଗୁଳ, ବାଲେଶ୍ବର, ରାଉରକେଲା, ସମ୍ବଲପୁର, ବ୍ରହ୍ମପୁର ଓ ଜୟପୁର ଆଦି ୯ଟି ଜୋନ୍‌ରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ। ଉଭୟ ବିତର୍କ ଓ ସାରେଗାମା ପ୍ରତିଯୋଗିତାରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ୨ କଲେଜ), ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀ ଭାଗ ନେଇପାରିବେ। ଏଥିପାଇଁ ଅନଲାଇନ୍ ‌ପଞ୍ଜୀକରଣ ଜାରି ରହିଛି। 

ଆଗ୍ରହୀ ଛାତ୍ରଛାତ୍ରୀ https://competition.sambad.in/ରେ ପଞ୍ଜୀକରଣ କରିପାରିବେ। ପଞ୍ଜୀକରଣରେ କୌଣସି ସମସ୍ୟା ଦେଖାଦେଲେ ଛାତ୍ରଛାତ୍ରୀ ପରୀକ୍ଷା କେନ୍ଦ୍ରକୁ ଆସି ସିଧାସଳଖ ପ୍ରତିଯୋଗିତାରେ ଭାଗ ନେଇପାରିବେ। ଏଥିପାଇଁ ନିଜ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରଦାନ କରାଯାଇଥିବା ପରିଚୟପତ୍ର ଆଣିବାକୁ ପଡ଼ିବ। ସାରେଗାମା ପ୍ରତିଯୋଗିତାରେ ଭାଗ ନେବାକୁ ଚାହୁଁଥିବା ପ୍ରତିଯୋଗୀମାନେ ଓଡ଼ିଆ କିମ୍ବା ହିନ୍ଦୀ ଭାଷାରେ ଭଜନ ଓ ଲଘୁ ସଙ୍ଗୀତ ପରିବେଷଣ କରିପାରିବେ। ସେମାନଙ୍କୁ ବାଦ୍ୟଯନ୍ତ୍ରର ସହାୟତା ଯୋଗାଇ ଦିଆଯିବ। କୌଣସି ଅଶ୍ଳୀଳ ଓ ଦ୍ବିଅର୍ଥବୋଧକ ଗୀତ ଗାଇପାରିବେ ନାହିଁ। ସେହିପରି ବିତର୍କ ପ୍ରତିଯୋଗିତାର ବିଷୟବସ୍ତୁ ପ୍ରତିଯୋଗିତା ଆରମ୍ଭ ହେବାର ଘଣ୍ଟାଏ ପୂର୍ବରୁ ପ୍ରଦାନ କରାଯିବ। ଜୋନସ୍ତରୀୟ କୃତୀ ପ୍ରତିଯୋଗୀଙ୍କୁ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବାକୁ ସୁଯୋଗ ମିଳିବ। ରାଜ୍ୟସ୍ତରୀୟ ପ୍ରତିଯୋଗିତାର ତିନି ଜଣ ଲେଖାଏଁ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯିବ। ପ୍ରତିଯୋଗିତା ସଂପର୍କରେ ଅଧିକ ସୂଚନା ପାଇଁ ନିୟମିତ ‘ସମ୍ବାଦ’ ପଢ଼ିବାକୁ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe