ଓଡ଼ିଶାର ବିକାଶରେ ସମୀରଙ୍କ ମହତ୍ତ୍ବପୂର୍ଣ୍ଣ ଅବଦାନ ରହିଥିଲା: ରାଷ୍ଟ୍ରପତି

Advertisment

ପୂର୍ବତନ ମନ୍ତ୍ରୀ ସମୀର ଦେ ଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି। ତାଙ୍କ ପରଲୋକରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମେତ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ରାଜ୍ୟ ବିରୋଧୀ ଦଳ ନେତା, କେନ୍ଦ୍ର ମନ୍ତ୍ରୀ ଓ ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି।

ପୂର୍ବତନ ମନ୍ତ୍ରୀ ସମୀର ଦେ ଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି। ତାଙ୍କ ପରଲୋକରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମେତ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ରାଜ୍ୟ ବିରୋଧୀ ଦଳ ନେତା, କେନ୍ଦ୍ର ମନ୍ତ୍ରୀ ଓ ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି।

sfsfsffs

ଭୁବନେଶ୍ବର/ନୂଆଦିଲ୍ଲୀ: ପୂର୍ବତନ ମନ୍ତ୍ରୀ ସମୀର ଦେ ଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି। ତାଙ୍କ ପରଲୋକରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମେତ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ରାଜ୍ୟ ବିରୋଧୀ ଦଳ ନେତା, କେନ୍ଦ୍ର ମନ୍ତ୍ରୀ ଓ ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଶୋକବାର୍ତ୍ତାରେ କହିଛନ୍ତି ଯେ ଓଡ଼ିଶାର ବିକାଶ ପାଇଁ ତାଙ୍କର ମହତ୍ତ୍ବପୂର୍ଣ୍ଣ ଅବଦାନ ରହିଥିଲା। ସ୍ବର୍ଗତ ଦେ ଙ୍କ ଶୋକ ସନ୍ତପ୍ତ ପରିବାରଙ୍କୁ ରାଷ୍ଟ୍ରପତି ଗଭୀର ସମବେଦନା ଜଣାଇଛନ୍ତି। ରାଜ୍ୟପାଳ ରଘୁବର ଦାସ ଶୋକବାର୍ତ୍ତାରେ କହିଛନ୍ତି ଯେ ଜଣେ ଦକ୍ଷ ବିଧାୟକ, କ୍ରିୟାଶୀଳ ମନ୍ତ୍ରୀ ତଥା ଲୋକପ୍ରିୟ ରାଜନେତା ଭାବେ ତାଙ୍କ ବିଶେଷ ପରିଚୟ ଓ ପ୍ରତିଷ୍ଠା ରହିଥିଲା। ବିଭିନ୍ନ କ୍ରୀଡ଼ା ସଂଗଠକ ଓ ଅନୁଷ୍ଠାନ ସହ ଜଡ଼ିତ ରହି ନିଜର ଦକ୍ଷତା ପ୍ରତିପାଦିତ କରିଥିଲେ। ଓଡ଼ିଶାର ପ୍ରଗତିରେ ତାଙ୍କର ଅବଦାନ ଉଲ୍ଲେଖନୀୟ। 

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକବାର୍ତ୍ତାରେ କହିଛନ୍ତି ଯେ ସ୍ବର୍ଗତ ଦେ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ ସଂଗଠକ ଥିଲେ। ତାଙ୍କର ମିଷ୍ଟଭାଷୀ ବ୍ୟକ୍ତିତ୍ୱ ପାଇଁ ସବୁ ବର୍ଗର ଲୋକଙ୍କ ପ୍ରିୟପାତ୍ର ଥିଲେ। କଟକ ସହର ସହ ସାରା ଓଡ଼ିଶାରେ ଭାରତୀୟ ଜନତା ପାର୍ଟିର ସଂଗଠନକୁ ସୁଦୃଢ଼ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା। ତାଙ୍କର ଶେଷ କୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଅନୁଷ୍ଠିତ ହେବ। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପୂର୍ବତନ ମନ୍ତ୍ରୀ ସମୀର ଦେ ଙ୍କ ଦେହାନ୍ତଙ୍କୁ ନେଇ ଶୋକବ୍ୟକ୍ତ କରିଛନ୍ତି। ଦୀର୍ଘ ସମୟ ଧରି ଲୋକଙ୍କ ସେବା ଓ ଉନ୍ନତି ଦିଗରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ହୋଇ ରହିବ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ଶ୍ରୀ ପଟ୍ଟନାୟକ ସମବେଦନା ଜଣାଇଛନ୍ତି।

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ଶେଷକୃତ୍ୟ: ମୁଖ୍ୟମନ୍ତ୍ରୀ
କେନ୍ଦ୍ର ଶିକ୍ଷା, ରେଳ ଓ ଆଦିବାସୀ ବ୍ୟାପାର ମନ୍ତ୍ରୀଙ୍କ ଶୋକ ପ୍ରକାଶ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ ବିଜେପିର ପ୍ରାରମ୍ଭିକ ପ୍ରଗତି ସମୟରେ ଉପକୂଳ ଓଡ଼ିଶାରେ ଅଭ୍ୟୁଦୟର କେନ୍ଦ୍ର ବିନ୍ଦୁଭାବେ କଟକରୁ ବିଜେପିର ରାଷ୍ଟ୍ରବାଦୀ ବିଚାରକୁ ଜନପ୍ରିୟ କରିବାରେ ପ୍ରମୁଖ ଭୂମିକା ନେଇଥିଲେ। ବିଜେପି ଆଜି ରାଜ୍ୟରେ ଯେଉଁ ସେବା ଦାୟିତ୍ବରେ ରହିଛି ଏଥିପାଇଁ ତାଙ୍କ ଯୋଗଦାନ ଥିଲା ଅତୁଳନୀୟ। ଜନପ୍ରତିନିଧି ଭାବେ ସେ ଯେଉଁ ଉନ୍ନତିମୂଳକ କାର୍ଯ୍ୟ କରିଯାଇଛନ୍ତି ତାହା ସ୍ମରଣୀୟ ହୋଇ ରହିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି, ଦାଦା ଜଣେ ଉଚ୍ଚକୋଟୀର ରାଜନେତା, ସମାଜସେବୀ ହେବା ସହ କଟକ ସହରର ଉନ୍ନତୀକରଣ କ୍ଷେତ୍ରରେ ତାଙ୍କର ଅବଦାନ ଚିରସ୍ମରଣୀୟ। କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଶୋକବାର୍ତ୍ତାରେ ଲେଖିଛନ୍ତି ଯେ ଜଣେ କୁଶଳୀ ସଂଗଠନ ଓ ପରୋପକାର ସ୍ବଭାବ ପାଇଁ ସମସ୍ତଙ୍କୁ ନିଜର କରିପାରିଥିଲେ। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସମୀର ଦେ ଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି। କଟକ ମହନଗରକୁ ଆଧୁନିକୀକରଣ କରିବାରେ ତାଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା। ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଏକ ବଡ଼ ଶୂନ୍ୟ ସ୍ଥାନ ସୃଷ୍ଟି ହୋଇଛି। 

ସେହିପରି ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂହ ଖୁଣ୍ଟିଆ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାଏକ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ବିୟୋଗ ରାଜ୍ୟ ରାଜନୀତି ପାଇଁ ଏକ ଅପୂରଣୀୟ କ୍ଷତି ‌ବୋଲି ଉଲ୍ଲେଖ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe