ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କ ଦୁଇଦିନିଆ ସମ୍ମିଳନୀ ଉଦଘାଟିତ

Advertisment
ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କ ଦୁଇଦିନିଆ ସମ୍ମିଳନୀ ଉଦଘାଟିତ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଓ ଓସେପାର ମିଳିତ ଆନୁକୂଲ୍ୟରେ ଆୟୋଜିତ ରାଜ୍ୟର ସମସ୍ତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କ ଦୁଇଦିନିଆ ସମ୍ମିଳନୀ ଭୁବନେଶ୍ୱରରେ ଉଦଘାଟିତ ହୋଇଯାଇଛିା ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ |୨୦୨୨ ମସିହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ପରୀକ୍ଷାରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ଶୀର୍ଷ ସ୍ଥାନ ଅଧିକାର କରିଥିବା ବିଭିନ୍ନ ବର୍ଗର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତିା ସମ୍ବର୍ଦ୍ଧନାର ଉତ୍ତରରେ କୃତୀ ଛାତ୍ରଛାତ୍ରୀମାନେ ସେମାନଙ୍କ ସଫଳତାର କାହାଣୀ ବର୍ଣ୍ଣନା କରିବା ସହ ଆଗାମୀ ଜୀବନର ଲକ୍ଷ୍ୟ ଓ ଶିକ୍ଷାର ମାନବୃଦ୍ଧି ନେଇ ମତ ରଖିଥିଲେ |

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅଶ୍ୱଥୀ ଏସ, ବିଦ୍ୟାଳୟର ଅଧ୍ୟକ୍ଷ ଏବଂ ସହକାରୀ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଗୁଣାତ୍ମକ ଶିକ୍ଷାର ବିକାଶ ଦିଗରେ ଧ୍ୟାନ ଦେବାପାଇଁ ପରାମର୍ଶ ଦେବା ସହ ଆଗାମୀ ବର୍ଷ ପାଇଁ ଲକ୍ଷ୍ୟଧାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ |

publive-image

ସମ୍ମିଳନୀରେ ୨୦୨୨ ମସିହା ଉଚ୍ଚ ମାଧ୍ୟମିକ ପରୀକ୍ଷାରେ ରାଜ୍ୟରେ ଥିବା ବିଭିନ୍ନ ବର୍ଗର ବିଦ୍ୟାଳୟମାନଙ୍କର ପ୍ରଦର୍ଶନ ଉପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ନିର୍ଦ୍ଦେଶକ ଶ୍ରୀ ରଘୁରାମ ଆୟାର ଆଲୋକପାତ କରିଥିଲେ | ଏହାପରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ଡିଗ୍ରୀ କଲେଜ ବା ବିଶ୍ୱବିଦ୍ୟାଳୟରୁ ପୃଥକୀକରଣ, ଅତିଥି ଶିକ୍ଷକ ନିୟୋଜିତ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶୈକ୍ଷିକ ତଦାରଖ ବ୍ୟବସ୍ଥା, ଧନ୍ଦାମୂଳକ ଶିକ୍ଷାର ବିକାଶ ଆଦି ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe