ଅନୁଗୁଳ: ସମିତି ସଭ୍ୟ ପ୍ରାର୍ଥୀନୀଙ୍କର ମୃତ୍ୟୁ

ଅନୁଗୁଳ: ଆଜି ପୁଣି ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବାର ଖବର ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ଅନୁଗୁଳ ଜିଲ୍ଲାର ବଅଁରପାଳ ବ୍ଳକ ସାନ କେରେଜେଙ୍ଗ ଗ୍ରାମପଞ୍ଚାୟତର ସମିତି ସଭ୍ୟ ପ୍ରାର୍ଥୀନୀ ନମିତା ନାୟକଙ୍କର ମୃତ୍ୟୁ ଘଟିଛି।
ଅପରପକ୍ଷରେ, ବରଗଡ଼ ଜିଲ୍ଲାର ଗୋବିନ୍ଦପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ଆଜି ହୃଦଘାତରେ ମୃତ୍ୟୁ ହୋଇଛି। ଏଣେ କଟକ ସଦର ବ୍ଲକ ଯଶପଡ଼ା ପଞ୍ଚାୟତ ସରପଞ୍ଚ ପ୍ରାର୍ଥୀନୀ ନମିତା ବେହେରା (୩୨) ଙ୍କ ଗତକାଲି ବିଳମ୍ବିତ ରାତିରେ ଆକସ୍ମିକ ବିୟୋଗ ଘଟିଛି।

ସୂଚନାଯୋଗ୍ୟ, ଆଜି ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୭୧ଟି ବ୍ଲକର ୧୬୬୯ଟି ଗ୍ରାମପଞ୍ଚାୟତର ୬୭ଲକ୍ଷ ୫୧ହଜାର ମତଦାତା ୨୨୩୭୯ଟି ବୁଥ୍ରେ ଲୋକେ ସେମାନଙ୍କ ଅଞ୍ଚଳର ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ମେମ୍ବର ଏବଂ ୨୦୦ଟି ଜିଲ୍ଲା ପରିଷଦ ସଭ୍ୟଙ୍କୁ ବାଛିବେ। ପୂର୍ବାହ୍ନ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ଅପରାହ୍ନ ୧ଟା ଯାଏଁ ଜାରି ରହିବ। ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷା କଡ଼ାକଡ଼ି ହୋଇଛି, ପୁଲିସ ନଜର ରଖିଛି। ଶାନ୍ତିଶୃଙ୍ଖଳା ପାଇଁ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ସହ କୋଭିଡ-୧୯ କଟକଣାକୁ ପାଳନ କରାଯାଉଛି।

ସମ୍ବନ୍ଧିତ ଖବର