ଭୁବନେଶ୍ବର : ବରିଷ୍ଠ ଆଇଏଏସ୍ ଅଧିକାରୀ ସଞ୍ଜୟ କୁମାର ସିଂହ ସୋମବାର ଦିନ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ବିଭାଗୀୟ ନିର୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦେଶକ(ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଯୁଗ୍ମ ସଚିବ ବିଷ୍ଣୁପ୍ରିୟା ସାହୁ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ତାଙ୍କୁ ସ୍ବାଗତ କରିଥିଲେ।
ଦାୟିତ୍ବ ଗ୍ରହଣ କରିବା ପରେ ଶ୍ରୀ ସିଂହ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ସଂପର୍କରେ ବରିଷ୍ଠ ଅଧିକରୀଙ୍କ ସହିତ ଆଲୋଚନା କରିଥିଲେ। ବିଶେଷକରି ଜାତୀୟ ସ୍ତରରେ ଥିବା ବିଭିନ୍ନ ଆଧ୍ୟାତ୍ମିକ ଟିଭି ଚ୍ୟାନେଲଗୁଡ଼ିକ ଦ୍ବାରା ରଥଯାତ୍ରା ସିଧା ପ୍ରସାରଣ ଓ ସାରା ଦେଶର ଭକ୍ତମାନେ ରଥଯାତ୍ରା ସଂପର୍କରେ ଯେପରି ଅବଗତ ହୋଇପାରିବେ ତାହା ଉପରେ ଗୁରୁତ୍ବାରୋପ କରିଥିଲେ। ନିର୍ଦେଶକ ଶ୍ରୀ ତ୍ରିପାଠୀ ରଥଯାତ୍ରା ଉପଲକ୍ଷେ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପଗୁଡ଼ିକ ସମ୍ପର୍କରେ ସୂଚନା ଦେଇଥିଲେ।
Follow Us