ରଥାରୂଢ଼ ୩ ଠାକୁରଙ୍କୁ ଦର୍ଶନ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ

Advertisment
ରଥାରୂଢ଼ ୩ ଠାକୁରଙ୍କୁ ଦର୍ଶନ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ

ପୁରୀ: ପହଣ୍ଡି ବିଜେ ପରେ ରଥାରୂଢ଼ ୩ ଠାକୁରଙ୍କୁ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ଦର୍ଶନ କରିଛନ୍ତି। ସେ  ବଳଭଦ୍ର, ମା’ ସୁଭଦ୍ରା ଓ ଜଗନ୍ନାଥଙ୍କ ଦର୍ଶନ ଲାଭ କରିଛନ୍ତି।

publive-image
ଆଜି କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତଙ୍କ ଘୋଷଯାତ୍ରା। ନିଜର ପତିତପାବନ ନାମକୁ ସାର୍ଥକ କରିବା ପାଇଁ ବଡ଼ ଦେଉଳର ରତ୍ନଭଣ୍ଡାରର ଆକର୍ଷଣକୁ ତ୍ୟାଗ କରି ବଡଦାଣ୍ଡକୁ ଚାଲି ଆସିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥ ବ୍ୟସ୍ତ। ବଡ଼ଭାଇ ଶ୍ରୀବଳଦେବ, ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଘେନି ସମସ୍ତ ଅଲୌକିକତା ମଧ୍ୟରେ ଲୌକିକତାର ପରିପ୍ରକାଶ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଜି ରଥଯାତ୍ରାରେ ଗୁଣ୍ଡିଚା ମନ୍ଦିରକୁ ବାହାରିଛନ୍ତି।
ଏଥିପାଇଁ ଆଜି ଚଳଚଞ୍ଚଳ ହୋଇ ଉଠିଛି ବଡ଼ଦାଣ୍ଡ।

ପବିତ୍ର ରଥଯାତ୍ରା ଅବସରରେ ତିନି ଠାକୁର ରଥାରୂଢ଼ ହୋଇ ବଡ଼ଦାଣ୍ଡରେ ଯାତ୍ରା କରିବେ । କାହିଁକି ନା କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡ ଯିବାକୁ ବାରଣ କରାଯାଇଛି । କେବଳ ନିର୍ଧାରିତ ସଂଖ୍ୟକ ସେବାୟତଙ୍କୁ ନେଇ ଅନୁଷ୍ଠିତ ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ହେଲେ କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡ ଯିବାକୁ ବାରଣ କରାଯାଇଛି । ତଥାପି ପରମ୍ପରା ଅନୁସାରେ ଚାଲିଛି ମହାପ୍ରଭୁଙ୍କ ଘୋଷଯାତ୍ରା ନୀତି । ଇତିମଧ୍ୟରେ ସରିଛି ତିନି ଠାକୁରଙ୍କ ପହଣ୍ଡିବିଜେ ନୀତି । ଦେବଦଳନ ରଥରେ ରଥାରୂଢ଼ ହୋଇସାରିଛନ୍ତି ଚକ୍ରରାଜ ସୁଦର୍ଶନ ଓ ଦେବୀ ସୁଭଦ୍ରା । ତା’ପରେ ତାଳଧ୍ୱଜ ରଥରେ ରଥାରୂଢ଼ ହେଲେ ବଡ଼ଡାକୁର ଶ୍ରୀବଳଭଦ୍ର । ଶେଷରେ ପହଣ୍ଡି ସାରି ଶ୍ରୀଜଗନ୍ନାଥ ନନ୍ଦିଘୋଷ ରଥରେ ରଥାରୂଢ଼ ହୋଇଛନ୍ତି । ସମସ୍ତେ ଅନେଇ ରହିଛନ୍ତି କେତେବେଳେ ତିନି ଠାକୁରଙ୍କ ରଥଟଣା ଆରମ୍ଭ ହେବ ଓ ରଥାରୂଢ଼ ଠାକୁରଙ୍କୁ ଦର୍ଶନ କରିବାର ସମୟ ଆସିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe