୧୫ରେ ସାରଥିଙ୍କ ଜାମିନ ଆବେଦନର ପୂର୍ଣ୍ଣାଙ୍ଗ ଶୁଣାଣି

Advertisment
ପୁଣି ପ୍ରବଚନ ଦେବେ ସାରଥି! ଜାମିନର ସର୍ତ୍ତ କୋହଳ ପାଇଁ ହାଇକୋର୍ଟରେ  କଲେ ଆବେଦନ

Free Press Journal

କଟକ : ବାବା ସାରଥି ଓରଫ ସନ୍ତୋଷ କୁମାର ରାଉଳଙ୍କ ଜାମିନ ଆବେଦନର ପୂର୍ଣ୍ଣାଙ୍ଗ ଶୁଣାଣି ହାଇକୋର୍ଟ‌େର ଜୁଲାଇ ୧୫ରେ ହେବ। ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠରେ ସାରଥିଙ୍କ ନିୟମିତ ଜାମିନ ଆବେଦନର ଶୁଣାଣି ଚାଲିଛି। କେନ୍ଦ୍ରାପଡାରେ ବିଚାରାଧୀନ ମାମଲାରେ ଜାମିନ ପାଇଁ ସାରଥି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ମାନସ ଚାନ୍ଦ ଓ ସରକାରଙ୍କ ପକ୍ଷରୁ ଏଜିଏ ଅରୁପାନନ୍ଦ ଦାସ ମାମଲା ପରିଚାଳନା କରୁଛନ୍ତି। ଏଠାରେ ଉଲ୍ଲେଖ ଯୋଗ୍ୟ ଯେ କ୍ରାଇମବ୍ରାଞ୍ଚ ପକ୍ଷରୁ ରୁଜୁ ୩ଟି ମାମଲାରୁ ୨ଟିରେ ସାରଥି ଜାମିନ ପାଇ ସାରିଛନ୍ତି। ବିବାଦୀୟ ଡାକ୍ତର ଯବତୀଙ୍କ ମାମଲାରେ ସାରଥିଙ୍କୁ ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଥିବା ବେଳେ ମୂଳ କ୍ରାଇମବ୍ରାଞ୍ଚ ମାମଲାରେ ୨୦୧୭, ଅଗଷ୍ଟ ୪ରେ ତାଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଥିଲେ। ବିଚାରାଧୀନ କେନ୍ଦ୍ରାପଡା ମାମଲାରେ ଜାମିନ ମଳିଲେ ସାରଥି ଜେଲରୁ ବାହାରିବା ସମ୍ଭବ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe