ଅନୁସୂଚିତ ଜାତି ଓ ଜନଜାତି ବିଭାଗର ‘୫ ଟି’ ବୈଠକ

ଭୁବନେଶ୍ବର : ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ‘୫ ଟି’ର କାର୍ଯ୍ୟକାରିତା ନେଇ ମାନସ ମନ୍ଥନ କରାଯାଇଛି। ଆଜି ବିଭାଗୀୟ ପ୍ରମୁଖ ସଚିବ ରଞ୍ଜନା ଚୋପ୍ରାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ବିଭାଗର ସମ୍ମିଳନୀ କକ୍ଷରେ ଏକ ବୈଠକ ଆୟୋଜନ କରାଯାଇଥିଲା। ଏଥିରେ ବିଭାଗ ପକ୍ଷରୁ ଅନୁସୂଚିତ ଜାତି ଓ ଜନଜାତି ବର୍ଗର କଲ୍ୟାଣ ନିମନ୍ତେ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମକୁ ଅଧିକ ଲୋକାଭିମୁଖୀ କରିବାର ଆବଶ୍ୟକତା ଉପରେ ଗୁରୁତ୍ବାରୋପ କରାଯାଇଥିଲା। ବିଭାଗୀୟ ଆବାସିକ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷାର ବିକାଶ, ପ୍ରତିଯୋଗିତାମୂଳକ ପରୀକ୍ଷା ନିମନ୍ତେ କୋଚିଂର ବ୍ୟବସ୍ଥା, କୌଶଳ ବୃଦ୍ଧି ତଥା ଜୀବନ ଜୀବିକା ନିମନ୍ତେ ଥିବା ବିଭିନ୍ନ କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ କରିବା ନିମନ୍ତେ ଅଧିକାରୀମାନଙ୍କ ନିକଟରୁ ପ୍ରସ୍ତାବ ଆହ୍ବାନ କରାଯାଇଥିଲା। ବିଭାଗର ବିଭିନ୍ନ ଯୋଜନାକୁ ଅଧିକ ଉପାଦେୟ କରିବା ନିମନ୍ତେ ଦୀର୍ଘମିଆଦି ଯୋଜନା ପ୍ରସ୍ତୁତ କରାଯିବ ବୋଲି ଶ୍ରୀମତୀ ଚୋପ୍ରା କହିଥିଲେ। ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବଙ୍କ ସମେତ ଉଚ୍ଚପଦସ୍ଥ ଅଧିକାରୀ ଏବଂ ୯ଟି ଜିଲ୍ଲାର ସମନ୍ବିତ ଜନଜାତି ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଓ ଜିଲ୍ଲା ମଙ୍ଗଳ ଅଧିକାରୀ ଯୋଗ ଦେଇଥିଲେ।

ସମ୍ବନ୍ଧିତ ଖବର