ଏସ୍‌ସିବି ନବକଳେବର ପାଇଁ ଖର୍ଚ୍ଚ ହେବ ୩୫୦୦ କୋଟି ଟଙ୍କା, ମିଳିବ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା

Advertisment

ସରକାରୀ ସ୍ତରରେ ମେଡିକାଲ କଲେଜ ଓ ହସ୍‌ପିଟାଲ ପାଇଁ ଦେଶର ସର୍ବବୃହତ୍ତ ପ୍ରକଳ୍ପ

ସରକାରୀ ସ୍ତରରେ ମେଡିକାଲ କଲେଜ ଓ ହସ୍‌ପିଟାଲ ପାଇଁ ଦେଶର ସର୍ବବୃହତ୍ତ ପ୍ରକଳ୍ପ

ଏସ୍‌ସିବି ନବକଳେବର ପାଇଁ ଖର୍ଚ୍ଚ ହେବ ୩୫୦୦ କୋଟି ଟଙ୍କା, ମିଳିବ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା

ଭୁବନେଶ୍ୱର: ଶ୍ରୀରାମଚନ୍ଦ୍ରଭଞ୍ଜ ମେଡିକାଲ କମଲଜ ହେଉଛି ଓଡିଶାବାସୀଙ୍କର ଭରସାର କେନ୍ଦ୍ର। ସ୍ୱାସ୍ଥ୍ୟ ସେବା ପାଇଁ ଓଡିଶାବାସୀଙ୍କର ବିଶ୍ୱାସର କେନ୍ଦ୍ର କଟକ ଏସ୍‌ସିବିର ନବକଳେବର ହେବ। ସେଥିପାଇଁ ୩୫୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା କରିଛନ୍ତି। ଏହିି ସମ୍ମାନଜନକ ଅନୁଷ୍ଠାନକୁ ଏକ ବିଶ୍ୱସ୍ତରୀୟ ଚିକିତ୍ସା ଅନୁଷ୍ଠାନ ଭାବରେ ବିକଶିତ କରିବା ଲକ୍ଷ୍ୟ ନେଇ ଏହି ପ୍ରକଳ୍ପ ୫-ଟି କାର୍ଯ୍ୟକ୍ରମ ଅଧୀନରେ କାର୍ଯ୍ୟକାରୀ କରାଯିବ। ସାଧାରଣ ଲୋକଙ୍କୁ ମିଳିବ ଉନ୍ନତ ଚିକିତ୍ସା ସେବା। ଲକ୍ଷ୍ୟ, ଏମ୍‌ସ ପ୍ଲସ। ଏହିି ଯୋଜନାରେ ଭିତ୍ତିଭୂମିର ବିକାଶ ସହିତ ବ୍ୟବସ୍ଥାରେ ମଧ୍ୟ ପରିବର୍ତ୍ତନ ଅଣାଯିବ, ଯାହା କି ୫-ଟି କାର୍ଯ୍ୟକ୍ରମର ମୁଖ୍ୟ ଆଧାର। ୨୦୨୧ରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ନୂଆ ଯୁଗର ସଂକେତ ଦେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

publive-image

ମେଡିକାଲ କଲେଜ ଓ ହସ୍‌ପିଟାଲ ପାଇଁ ସରକାରୀ ସ୍ତରରେ ଏହା ଦେଶର ସର୍ବ ବୃହତ ପ୍ରକଳ୍ପ। ୫୦୦୦ ଶଯ୍ୟା ସହିତ ଡାକ୍ତର, ରୋଗୀ ଓ ଅନ୍ୟ ସ୍ୱାାସ୍ଥ୍ୟ କର୍ମଚାରୀମାନଙ୍କ ପାଇଁ ଅତ୍ୟାଧୁନିକ ଚିକିତ୍ସା ସୁବିଧା ଏଠାରେ ଉପଲବ୍ଧ ହେବ।

୧୯୪୪ ମସିହାରେ ସ୍ଥାପିତ ଶ୍ରୀରାମଚନ୍ଦ୍ରଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ ଦୀର୍ଘ ଦିନ ଧରି ଓଡ଼ିଶା ସମେତ ପୂର୍ବ ଭାରତର ବିଭିନ୍ନ ରାଜ୍ୟର ଲୋକମାନଙ୍କୁ ଉନ୍ନତ ଚିକିତ୍ସା ଯୋଗାଇବାରେ ସୁନାମ କରିଛି। ଏଠାରେ ପଢିଥିବା ଡାକ୍ତରମାନେ ସାରା ପୃଥିବୀରେ ସେମାନଙ୍କର ଦକ୍ଷତା ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି। ଦେଶରେ ଚିକିତ୍ସା ଓ ଡାକ୍ତରୀ ଶିକ୍ଷା କ୍ଷେତ୍ରରେ ଏହି ମର୍ଯ୍ୟାଦାଜନକ ଅନୁଷ୍ଠାନକୁ ଏକ ବିଶ୍ୱସ୍ତରୀୟ ଚିକିତ୍ସା କେନ୍ଦ୍ରରେ ପରିଣତ କରାଯିବ।

publive-image

ମୁଖ୍ୟମନ୍ତ୍ରୀଙ୍କର ୫-ଟି କାର୍ଯ୍ୟକ୍ରମ ଅଧୀନରେ ଚିକିତ୍ସା ଓ ଡାକ୍ତରୀ ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ନେଇ ଆରମ୍ଭ ହେବାକୁ ଥିବା ଏହି ପ୍ରକଳ୍ପ ରୋଗୀମନଙ୍କୁ ସୁଲଭ ତଥା ଗୁଣାତ୍ମକ ଚିକିତ୍ସା ସେବା ଯୋଗାଇବାରେ ଏକ ଉଦାହରଣ ହୋଇ ରହିବ।

publive-image

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ, ଜନସାଧାରଣ ସୁଲଭ ତଥା ଉଚ୍ଚ ଗୁଣାତ୍ମକ ମାନର ସ୍ୱାସ୍ଥ୍ୟସେବା ପାଆନ୍ତୁ। ଲକ୍ଷ୍ୟ, ଓଡ଼ିଶାର ଲୋକ ଏହିଠାରେ ହିଁ ଉନ୍ନତ ଚିକିତ୍ସା ପାଇପାରିବେ। ବହୁ ଓଡ଼ିଆ ଡାକ୍ତର ଦେଶ ବିଦେଶରେ ଚିକିତ୍ସା ସେବା ଯୋଗାଇ ସୁନାମ କରିଛନ୍ତି। ସେମାନେ ଯେପରି ସେମାନଙ୍କ ଜନ୍ମମାଟିରେ ସେମାନଙ୍କୁ ଦକ୍ଷତାକୁ ଓଡ଼ିଶାବାସୀଙ୍କ ସେବାରେ ଲଗାଇ ପାରିବେ, ସେଥିପାଇଁ ମଧ୍ୟ ଏକ ଉତ୍ତମ ପରିବେଶ ସୃଷ୍ଟି କରାଯିବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ। ଏହି ପ୍ରକଳ୍ପକୁ ସେ ନିଜେ ବ୍ୟକ୍ତିଗତ ଭାବରେ ତଦାରଖ କରୁଛନ୍ତି। ସମସ୍ତଙ୍କ ସହଯୋଗରେ ଏହି ଅନୁଷ୍ଠାନ ଦିନେ ଦେଶର ଶ୍ରେଷ୍ଠ ୩ଟି ଚିକିତ୍ସା ଅନୁଷ୍ଠାନ ମଧ୍ୟରେ ସ୍ଥାନ ପାଇବାରେ ସଫଳ ହେବ ବୋଲି ଆଶାବ୍ୟକ୍ତ କରିଥିଲେ।

publive-image୧୭୫ ଏକର ଜମିରେ ବିକଶିତ ହେବାକୁ ଥିବା ଏକ ମର୍ଯ୍ୟାଦାଜନକ ପ୍ରକଳ୍ପରେ ପ୍ରଥମ ପର୍ଯ୍ୟାୟରେ ଶଯ୍ୟା ସଂଖ୍ୟା ୩୫୦୦ କରାଯିବ ଏବଂ ଦ୍ୱିତୀୟ ପଯ୍ୟାୟରେ ଏହାକୁ ୫୦୦୦କୁ ବୃଦ୍ଧି କରାଯିବ। ୩ ବର୍ଷରେ ସଂପୂର୍ଣ୍ଣ ହେବାକୁ ଥିବା ଏହି ପ୍ରକଳ୍ପରେ ଡାକ୍ତର, ରୋଗୀ, ରୋଗୀଙ୍କ ସହାୟକ, ସ୍ୱାସ୍ଥ୍ୟ କର୍ମଚାରୀ ସମସ୍ତଙ୍କ ପାଇଁ ଅତ୍ୟାଧୁନିକ ସୁବିଧା ଉପଲବ୍ଧ ହେବ। ଅତ୍ୟାଧୁନିକ ଚିକିତ୍ସା ଉପକରଣ ସହିତ ପରିବହନ ବ୍ୟବସ୍ଥା, ଆଧୁନିକ ରେଷ୍ଟୁରାଣ୍ଟ, ବାଣିଜ୍ୟ କେନ୍ଦ୍ର ଓ ସୁରକ୍ଷା ବ୍ୟବସ୍ଥ ଆଦିି ସମସ୍ତ ସୁବିଧା ଉପଲବ୍ଧ ହେବ। ଏଥିରେ ୧୨୮୦ଟି ସରକାରୀ ବାସଗୃହ ନିର୍ମିତ ହେବା ସହିତ ଛାତ୍ରାବାସରେ ଅଧିକ ୨୨୦୦ ଜଣ ଛାତ୍ରଛାତ୍ରୀ ରହିବାର ବ୍ୟବସ୍ଥା କରାଯିବ। ଏହି ହସ୍‌ପିଟାଲର ଉନ୍ନତି ସହିତ କ୍ରୀଡା ଓ ମନୋରଞ୍ଜନ ପାଇଁ ମଧ୍ୟ ଉତ୍ତମ ପରିମବଶ ସୃଷ୍ଟି କରାଯିବ।

publive-image

ଏହିି ମେଡିକାଲ କଲେଜ ହସ୍‌ପିଟାଲର ସୁପରିଚାଳନା ପାଇଁ ଏକ ସ୍ୱାଧୀନ ପରିଚାଳନା ମଣ୍ଡଳୀ ରହିବ, ଯାହାକି ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ସହିତ ଚିକିତ୍ସା, ଶିକ୍ଷା ଓ ଗବେଷଣାର ମାନ ବୃଦ୍ଧି ପାଇଁ କାମ କରିବ। ଏହି ପ୍ରକଳ୍ପ ନିର୍ଦ୍ଧାରିତ ସମୟରେ ଶେଷ ହେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe