Shutterstock
ପଦ୍ମପୁର: ପଦ୍ମପୁର ବ୍ଲକ୍ର ଢୋଲବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ଗ୍ରାମବାସୀ ସ୍କୁଲ ଗେଟ୍ରେ ତାଲା ପକାଇ ଧାରଣାରେ ବସିଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ଏହି ବିଦ୍ୟାଳୟରେ ମାତ୍ର ୪ ଜଣ ଶିକ୍ଷକ ଅଛନ୍ତି।
ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଲକ୍ଷ୍ୟ କରି ଅଭିଭାବକମାନେ ଏନେଇ ପଦ୍ମପୁର ବିଇଓଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ହେଲେ ଆଜି ପର୍ଯ୍ୟନ୍ତ ସ୍ଥାୟୀ ଶିକ୍ଷକ ନିଯୁକ୍ତି ଦିଆଯାଇନାହିଁ। ଶିକ୍ଷାର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ଏହି ବିଦ୍ୟାଳୟରେ ଶିକ୍ଷକ ଅଭାବ ଯୋଗୁଁ ପାଠପଢ଼ା ଘୋର ଅବ୍ୟବସ୍ଥା ଦେଇ ଗତି କରୁଛି। ସ୍ଥାୟୀ ଶିକ୍ଷକ ନିଯୁକ୍ତି ଦାବିରେ ବାଧ୍ୟ ହୋଇ ଗ୍ରାମବାସୀ, ଅଭିଭାବକ, ଛାତ୍ରଛାତ୍ରୀ ସମସ୍ତେ ସ୍କୁଲ ସମ୍ମୁଖରେ ତାଲା ପକାଇ ଧାରଣାରେ ବସିଛନ୍ତି।
Follow Us