ଆଜିଠୁ ରାଜ୍ୟରେ ଖୋଲିଲା ସ୍କୁଲ: ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ୍‌ରୁମ୍‌ ପା‌ଠପଢ଼ା ଆରମ୍ଭ

Advertisment
ଆଜିଠୁ ରାଜ୍ୟରେ ଖୋଲିଲା ସ୍କୁଲ: ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ୍‌ରୁମ୍‌ ପା‌ଠପଢ଼ା ଆରମ୍ଭ

ଭୁବନେଶ୍ବର: ସୋମବାରଠାରୁ ରାଜ୍ୟରେ ସମସ୍ତ ସ୍କୁଲ ଖୋଲିଛି। ପ୍ରଥମ ପର୍ଯ୍ୟାୟରେ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ୍‌ରୁମ୍‌ ପା‌ଠପଢ଼ା ଆରମ୍ଭ ହୋଇଛି। ପୂର୍ବରୁ ବିଦ୍ୟାଳୟଗୁଡ଼ିକ କ୍ୟାମ୍ପସ୍‌ ସଫେଇ କରିବା ସହ ଆସବାବପତ୍ରଗୁଡ଼ିକର ବିଶୋଧନ କରିଛନ୍ତି। ସକାଳ ୧୦ଟାରୁ କ୍ଲାସ୍‌ ଆରମ୍ଭ ହେବାକୁ ଥିବାରୁ ପ୍ରଥମଦିନ ଏହାର ଏକ ଘଣ୍ଟା ପୂର୍ବରୁ ଶିକ୍ଷକ ଶିକ୍ଷୟିତ୍ରୀ ବିଦ୍ୟାଳୟରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ପିଲାମାନେ କ୍ୟାମ୍ପସ୍‌ରେ ପ୍ରବେଶ ସମୟରେ ଯେପରି ସାମାଜିକ ଦୂରତା ରକ୍ଷାକରିବେ, ପ୍ରଧାନଶିକ୍ଷକମାନେ ସେଥିପ୍ରତି ଗୁରୁତ୍ବ ଦେଇଛନ୍ତି।

publive-image

ସୂଚନା ଅନୁସାରେ, କ୍ୟାମ୍ପସ୍‌ରେ ସାମାଜିକ ଦୂରତା ଓ ମାସ୍କକୁ ବାଧ୍ୟତାମୂଳକ କରାଯାଇଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିଦେଇ ସ୍କୁଲଗୁଡ଼ିକ କ୍ଲାସରୁମ୍‌ ବାହାରେ ବି ପିଲାଙ୍କୁ ପଢ଼ାଇପାରିବେ। ତେବେ ପାଗ ଅନୁକୂଳ ଥିବା ଦରକାର। କୋଭିଡ୍‌-୧୯ ପାଇଁ ଜାରି ହୋଇଥିବା ହେଲପ୍‌ ଲାଇନ୍‌ ନମ୍ବରକୁ କ୍ୟାମ୍ପସରେ ପ୍ରଦର୍ଶିତ କରିବେ। ପ୍ରତି ସ୍କୁଲ୍‌ରେ ଆଇସୋଲେସନ୍‌ ରୁମ୍‌ ଖୋଲାଯାଇଛି। କୋଭିଡ୍‌ ମନିଟରିଂ ଟିମ୍‌ ଗଠନ କରାଯାଇଛି।

publive-image

ସ୍କୁଲ ଖୋଲିବାର ୩୦ ମିନିଟ୍‌ ଆଗରୁ ଓ ବନ୍ଦ ହେବାର ୩୦ ମିନିଟ୍‌ ପର୍ଯ୍ୟନ୍ତ ଟିମ୍‌ର ସଦସ୍ୟମାନେ ସ୍କୁଲରେ ଉପସ୍ଥିତ ରହି ତଦାରଖ କରିଛନ୍ତି। ପ୍ରତିଦିନ ସ୍କୁଲ ସଫେଇ କରାଯିବ। ତେବେ କୌଣସି ପିଲା ଯେପରି ଏହି ସଫେଇ କାର୍ଯ୍ୟରେ ନିୟୋଜିତ ନ ହୁଅନ୍ତି, ସେଥିପ୍ରତି ଦୃଷ୍ଟି ଦେବାକୁ ନିର୍ଦେଶ ଦିଆଯାଇଛି। ରବିବାର ଓ ଛୁଟି ଦିବସରେ ବିଦ୍ୟାଳୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ ସ୍ବତନ୍ତ୍ର ରିଲିଫ କମିସନରଙ୍କ ଦ୍ବାରା ପ୍ରକାଶିତ କରୋନା କଟକଣା ସବୁ ଶିକ୍ଷାନୁଷ୍ଠାନ ପାଳନ କରିବେ। ପୂର୍ବପରି ଅନ୍‌ଲାଇନ୍‌ରେ ପାଠପଢା ଚାଲିବ। ଯେଉଁ ଛାତ୍ରଛାତ୍ରୀ ଚାହିଁବେ ଅନ୍‌ଲାଇନ୍‌ କିମ୍ବା ଶ୍ରେଣୀଗୃହରେ ପାଠପଢି ପାରିବେ। ଶିକ୍ଷାନୁଷ୍ଠାନ ଆସିବାକୁ ଛାତ୍ରଛାତ୍ରୀଙ୍କୁ ବାଧ୍ୟ କରାଯିବନି। ଅଭିଭାବକଙ୍କ ସହ ଆଲୋଚନା କରିବା ପରେ ସେମାନେ ଶିକ୍ଷାନୁଷ୍ଠାନ ଆସିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe