ସ୍କୁଲ ଖରା ଛୁଟିକୁ ଚାଲେଞ୍ଜ ମାମଲା: ହାଇକୋର୍ଟଙ୍କ ଜବାବ ତଲବ

କଟକ : ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଧାର୍ଯ୍ୟ ସମୟସୀମା ପୂର୍ବରୁ ବିଦ୍ୟାଳୟ ଛୁଟି ଘୋଷଣା କରିଥିବା ବେଳେ ଏପରି ବିଜ୍ଞପ୍ତିକୁ ଚାଲେଞ୍ଜ କରି ଦାୟର ଜନସ୍ବାର୍ଥ ମାମଲାର ହାଇକୋର୍ଟ ଶୁଣାଣି କରି ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି। ଏହି ପ୍ରସଂଗରେ ଜବାବ ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍.ଜାଭେରୀ ଓ ଜଷ୍ଟିସ କେ.ଆର୍.ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ଆଇନଜୀବୀ ଶିବ ନାରାୟଣ ବିଶ୍ବାଳଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଡକ୍ଟର ଅଶୋକ କୁମାର ମହାପାତ୍ର ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧିତ ଖବର