ତାତି ପାଇଁ ବଦଳିଲା ସ୍କୁଲ ସମୟ; ୨ରୁ ସକାଳ ୬ରୁ ୯ଟା ପର୍ଯ୍ୟନ୍ତ ହେବ ପାଠପଢ଼ା

Advertisment
ତାତି ପାଇଁ ବଦଳିଲା ସ୍କୁଲ ସମୟ; ୨ରୁ ସକାଳ ୬ରୁ ୯ଟା ପର୍ଯ୍ୟନ୍ତ ହେବ ପାଠପଢ଼ା

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ଆଜି ଏକ ନିର୍ଦ୍ଦେଶନାମା ଜାରି ହୋଇଛି। ନିର୍ଦ୍ଦେଶନାମାରେ କୁହାଯାଇଛି ଯେ, ଆସନ୍ତା ମେ’ ୨ ତାରିଖଠାରୁ ସ୍କୁଲଗୁଡ଼ିକରେ ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ପାଠପଢ଼ା ହେବ। ତେବେ ପୂର୍ବ ନିର୍ଦ୍ଧାରିତ ସମୟ ସୂଚୀ ଅନୁସାରେ ପରୀକ୍ଷାଗୁଡ଼ିକ ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି।

ରାଜ୍ୟ ସରକାରଙ୍କ ଅତିରିକ୍ତ ସଚିବ ପ୍ରତାପ କୁମାର ମିଶ୍ର ଓସେପା, ଓଏଭିଏସ୍‌, ଏମ୍‌ଡିଏମ୍‌, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ଏଲିମେଣ୍ଟାରି ଶିକ୍ଷା ନିର୍ଦ୍ଦେଶକ, ଏସ୍‌ସିଇଆରଟି ନିର୍ଦ୍ଦେଶକ, ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ, ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତିଙ୍କୁ ସ୍କୁଲ ସମୟରେ ପରିବର୍ତ୍ତନ ନେଇ ଚିଠି ଲେଖିଛନ୍ତି। ଚିଠିରେ ଶ୍ରୀ ମିଶ୍ର ଉଲ୍ଲେଖ କରିଛନ୍ତି ଯେ, ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ନିର୍ଦ୍ଧାରିତ ପରୀକ୍ଷା ସମୟ ପରିବର୍ତ୍ତନ କରାଯାଇ ନାହିଁ। ଅର୍ଥାତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପୂର୍ବରୁ ପ୍ରସ୍ତୁତ ସୂଚୀ ଅନୁସାରେ ଅନୁଷ୍ଠିତ ହେବ।

ସେହିପରି ଓସେପା ଦ୍ୱାରା ପ୍ରସ୍ତୁତ ଲର୍ଣ୍ଣିଂ ରିକଭରି ପ୍ଲାନ୍‌ (ଏଲ୍‌ଆରପି) ଗ୍ରୀଷ୍ମକାଳୀନ ଛୁଟି ସମୟରେ ପରିଚାଳନା କରାଯିବ। ଏହି କାର୍ଯ୍ୟକ୍ରମରେ ସରକାରୀ ଓ ସରକାରୀ ମଞ୍ଜରୀପ୍ରାପ୍ତ ବିଦ୍ୟାଳୟ ସାମିଲ ହୋଇପାରିବେ। ତୃତୀୟ ଶ୍ରେଣୀଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ତଥା ନୂଆ ଆଡମିସନ କରିଥିବା ପିଲା ଏହି କାର୍ଯ୍ୟକ୍ରମରେ ଯୋଗଦେଇପାରିବେ। ସେହିପରି ଏକାଦଶରୁ ଦ୍ୱାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମଧ୍ୟ ଏଲ୍‌ଆରପି କାର୍ଯ୍ୟକ୍ରମରେ ସାମିଲ ହୋଇପାରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe